ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 58

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୫ ଗୋଟି, ସାମୁହିକ ଦରଖାସ୍ତ ୦୮ଗୋଟି ରହିଥିବା ବେଳେ ତନ୍ମଧ୍ୟରେ ଗୋଟିଏ ଦରଖାସ୍ତ ଜିଲ୍ଲାରେଡ଼କ୍ରସ ଫଣ୍ଡରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୨୨ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୩ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି । ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଗତ ଏକ ମାସ ମଧ୍ୟରେ ବୀରମହାରାଜପୁର ବ୍ଲକର ବିଭିନ୍ନ ସମସ୍ୟା ଉପରେ ପ୍ରକାଶିତ ଖବର ଉପରେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ବିଭାଗୀୟ ଅଧିକାରୀ ମାନେ ଅଂଚଳର ଜନଜୀବନକୁ ପ୍ରଭାବିତ କରୁଥିବା ଭଳି ବିଭାଗୀୟ ଖବର ଗୁଡିକୁ ଗୁରୁତ୍ୱର ସହ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର,ଉପ ଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା, ବୀରମହାରାଜପୁର ଶାନ୍ତି ଲୁହା,ବ୍ଲକ ଉପାଧକ୍ଷ ନାରାୟଣ ଲୁହା, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

fifteen + seventeen =