ଏହି ସ୍କୁଲରେ ମାଗଣାରେ ପଢିବେ କୋଭିଡ ଅନାଥ

0 28

ଭୁବନେଶ୍ୱର: କରୋନା ମହାମାରୀ ଦୁଇ ବର୍ଷରୁ ଅଧିକ ସମୟ ଧରି ସାରା ବିଶ୍ୱର ଅର୍ଥିକ ସ୍ଥିତିକୁ କବଜା କରି ରଖିଥିଲା । ଏହି ମହାମାରୀରେ ଅନାଥ ହୋଇଛନ୍ତି ହଜାର ହଜାର ଶିଶୁ । ବାପା, ମା’ଙ୍କୁ ହରାଇ ଅସହାୟ ହୋଇଯାଇଛନ୍ତି । ହେଲେ ଏବେ ଏହି କୋଭିଡ ଅନାଥ ଶିଶୁଙ୍କ ପାଇଁ ପାଠ ପଢିବାର ସୁଯୋଗ ସୃଷ୍ଟି କରିଛନ୍ତି ସରକାର । ଏଥିପାଇଁ ଶିକ୍ଷା ବ୍ୟବସ୍ଥାରେ ଲାଗୁ ହୋଇଛି ନୂଆ ନିୟମ ।
ଏମପି କୋଟାକୁ ଉଚ୍ଛେଦ କରି କୋଭିଡ ଅନାଥ ବ୍ୟବସ୍ଥା କେନ୍ଦ୍ରୀୟ ବିଦ୍ୟାଳୟ ତରଫରୁ ଲାଗୁ କରାଯାଇଛି ।ନୂଆ ବ୍ୟବସ୍ଥା ଅନୁଯାୟୀ, ଏଣିକି ବର୍ଷକୁ ୧୦ଜଣ କୋଭିଡ ଅନାଥଙ୍କୁ କେନ୍ଦ୍ରୀୟ ବିଦ୍ୟାଳୟରେ ନାମ ଲେଖା ପାଇଁ ସୁଯୋଗ ଦିଆଯିବ । ଗୋଟିଏ କେଭିରେ ବର୍ଷକୁ ଗୋଟିଏ ଶ୍ରେଣୀରେ ୨ଜଣ ଆଡମିଶନ କରିପାରିବେ । କୋଭିଡ ଅନାଥ କୋଟାରେ ଆଡମିଶନ କରିଥିବା ପିଲାମାନେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମାଗଣାରେ ପଢିପାରିବେ । ପିଲାମାନଙ୍କର କମ୍ପ୍ୟୁଟର ଫଣ୍ଡ, ଟ୍ୟୁସନ୍‌ ଫିସ୍‌ ସବୁକିଛି ଛାଡ କରାଯିବାକୁ ନିଷ୍ପତ୍ତି କରାଯାଇଛି ।
ସୂଚନା ଅନୁସାରେ କେନ୍ଦ୍ରୀୟ ବିଦ୍ୟାଳୟରୁ ଏମପି କୋଟା ଉଚ୍ଛେଦ ପାଇଁ ସଂସଦରେ ଗତ ଅଧିବେଶନରେ ପ୍ରସ୍ତାବ ଆଗତ ହୋଇଥିଲା । ପୂର୍ବରୁ ଲୋକସଭା ସାଂସଦମାନେ ନିଜ ନିର୍ବାଚନ ମଣ୍ଡଳୀର ସ୍କୁଲମାନଙ୍କରେ ୧୦ ଜଣ ପିଲାଙ୍କୁ ନାମ ଲେଖା ପାଇଁ ସୁପାରିଶ କରିପାରୁଥିଲେ । ସେହିପରି ରାଜ୍ୟସଭାର ସଦସ୍ୟମାନେ ନିର୍ବାଚନ ହୋଇଥିବା ରାଜ୍ୟର ୧୦ଜଣ ପିଲାଙ୍କ ଆଡମିଶନ ନେଇ ସୁପାରିଶ କରିପାରୁଥିଲେ ।

hiranchal ad1
Leave A Reply

Your email address will not be published.

19 − eight =