ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା କମିଟି ବୈଠକ, ଖୋଲା ସ୍ଥାନରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଅଭିନୟ କରି ଉପାୟ ବତାଇଲେ ଜିଲ୍ଲାପାଳ

0 51

ନବରଙ୍ଗପୁର: ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ବୈଠକରେ ଜିଲ୍ଲାପାଳ ଡକ୍ଟର କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା(ବନ୍ୟା) କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ପ୍ରତିନିଧି ପ୍ରମୋଦ କୁମାର ପାଢୀ, ବିଧାୟକ ନବରଙ୍ଗପୁର ସଦାଶିବ ପ୍ରଧାନୀ, ବିଧାୟକ ଡାବୁଗାଁ ମନୋହର ରନ୍ଧାରୀ, ବିଧାୟକ ଉମେରକୋଟ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଧକ୍ଷା, ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ମୌସୁମୀ ନାୟକ ସମେତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ, ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ତହସିଲଦାର, ନିର୍ବାହି ଅଧିକାରୀ । ବିଶେଷ କରି ବର୍ଷା ଦିନ ବନ୍ୟା ସମୟରେ ଏହାର ସଫଳ ମୁକାବିଲା କିପରି ଭାବରେ କରାଯାଇ ପାରିବ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଥିବା ଦୁର୍ବଳ ନଦୀ ବନ୍ଧ ଗୁଡିକ ଶୀଘ୍ର ଚିହ୍ନଟ କରି ତାର ମରାମତି କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଡ଼ଃ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ କରି ବନ୍ୟା ପ୍ରବଣ ଅଞ୍ଚଳ ଗୁଡିକରେ ପ୍ରଯ୍ୟାପ୍ତ ପରିମାଣରେ ଚାଉଳ, କିରୋସିନୀ, ଚୁଡା, ଗୁଡ଼, ଗୋଖାଦ୍ୟ, ଔଷଧ ବ୍ୟତୀତ ଶୁଦ୍ଧ ପାନୀୟ ଜଳ ଏବଂ ସ୍ୱାସ୍ଥ୍ୟ ପରିମଳ ବ୍ୟବସ୍ଥା ଉପରେ ଯଥା ସମ୍ଭବ ଆଗୁଆ ପଦକ୍ଷେପ ଗ୍ରହଣ କରିବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ବନ୍ୟା ପ୍ରଭାବିତ ଅଞ୍ଚଳ ମାନଙ୍କରେ ସମ୍ଭାବ୍ୟ ମହାମାରୀକୁ ପ୍ରତିହିତ କରିବା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସହିତ ଉପସ୍ଥିତ ଥିବା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି କୋଷାଗୁମୁଡା ବ୍ଲକର ଉକିଆପାଲି ପଞ୍ଚାୟତର ଘାଟବସୁଲିଠାରେ ଏକ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ମାନ୍ୟବର ସାଂସଦ ପ୍ରତିନିଧି, ବିଧାୟକ, କୋଷାଗୁମୁଡା ବ୍ଲକ ଅଧକ୍ଷାଙ୍କ ସହିତ ସମସ୍ତ ନିର୍ବାଚିତ ପ୍ରତିନିଧି ଦାବି ଉପସ୍ଥାପନ କରିଥିଲେ । ବନ୍ୟା ବାତ୍ୟା ପରେ ପରେ ବିପର୍ଯ୍ୟୟ ପରବର୍ତ୍ତୀ ସମୟରେ ସଡକ ପରିଷ୍କାର ଅର୍ଦ୍ଧ ଭଗ୍ନ ବିଦ୍ୟୁତ ଖୁଣ୍ଟ ଗୁଡିକର ମରାମତି ଓ ପୁନଃରୁଦ୍ଧାର ଆଦି ସମସ୍ତ ପ୍ରକାର କାର୍ଯ୍ୟ ଯୁଦ୍ଧକାଳିନ ଭିତ୍ତିରେ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ମୌସୁମୀ ବର୍ଷା ଆଗମନ ପୂର୍ବରୁ ଜିଲ୍ଲାରେ ଥିବା ସମସ୍ତ ନାଳ ନର୍ଦ୍ଦମା ଗୁଡିକୁ ସଫା ରଖିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଡ଼ଃ ମିଶ୍ର ପରାମର୍ଶ ଦେଇଥିଲେ । ବର୍ଷା ଦିନ ପୂର୍ବରୁ ବ୍ଲକ ମାନଙ୍କରେ ଥିବା ବୃଷ୍ଟି ମାପ ସ୍ଥାନ ଏବଂ ଉପକରଣ ଗୁଡ଼ିକର ସଠିକ ଅନୁଧ୍ୟାନ କରି ଆଗାମୀ ପାଞ୍ଚ ତାରିଖ ସୁଦ୍ଧା ଏକ ବିବରଣୀ ପ୍ରଦାନ କରିବା ପାଇଁ ଉପଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ନିର୍ଦ୍ଧାରିତ ସମୟ ମଧ୍ୟରେ ସଠିକ ବୃଷ୍ଟିର ପରିମାଣ ଜିଲ୍ଲା ଜରୁରୀକାଳୀନ ଉପବିଭାଗକୁ ପ୍ରେରଣ କରିବା ପାଇଁ ସମ୍ପୃକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

hiranchal ad1
Leave A Reply

Your email address will not be published.

5 − 5 =