୧୧ରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ

0 54

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା କୋର୍ଟ ପରିସରରେ ଏବଂ ତାଲୁକ୍‌ ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଚଳିତ ୧୧ ତାରିଖ ଶନିବାର ଦିନ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ ବୋଲି ଅଧ୍ୟକ୍ଷ, ଜିଲ୍ଲା ଆଇନସେବା ପ୍ରାଧିକରଣ , କନ୍ଧମାଳ, ଫୁଲବାଣୀ ସୂଚନା ଦେଇଛନ୍ତି । ସୂଚନାରୁ ଜଣାପଡ଼ିଛି ଯେ, ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧୀନ ମକଦ୍ଦମା ଯଥା ଫୌଜଦାରି,(ସାଲିସ ଯୋଗ୍ୟ), ଚେକ୍‌ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ୍‌ , ଜଳ ଓ ଅନ୍ୟାନ୍ୟ ବିଲ୍‌ ଦେୟ ଜନିତ ବିବାଦ (ସାଲିସ ବିହୀନ ବିବାଦକୁ ବାଦ୍‌ ଦେଇ), ବୈବାହିକ ବିବାଦ ( ଛାଡ଼ପତ୍ର ବ୍ୟତୀତ) ଜମି ଅଧିଗ୍ରହଣ , ଚାକିରି ସମ୍ବନ୍ଧୀୟ (ଦରମା, ଭତ୍ତା ଓ ଅବସରକାଳୀନ ପ୍ରାପ୍ୟ ) ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ ।ନ ସୂଚନାରୁ ଆଉ ମଧ୍ୟ ଜଣାପଡ଼ିଛି ଯେ, କେବଳ ବିଚାରାଧନ ନୁହେଁ, ପ୍ରାକ୍‌-ମକଦ୍ଦମା ସ୍ତରୀୟ (କଚେରୀରେ ଦାଏର ହୋଇ ନ ଥିବା) ଚେକ୍‌ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ୍‌ , ଜଳ ଓ ଅନ୍ୟାନ୍ୟ ବିଲ୍‌ ଦେୟ ଜନିତ ବିବାଦ (ସାଲିସ ବିହୀନ ବିବାଦକୁ ବାଦ୍‌ ଦେଇ), ଭରଣ ପୋଷଣ ବିବାଦ, ଅନ୍ୟାନ୍ୟ ସାଲିସଯୋଗ୍ୟ ଫୌଜଦାରି ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇ ପାରିବ । ଲୋକ ଅଦାଲତରେ ମକଦ୍ଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡେ ନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ, ଚୁଡ଼ାନ୍ତ ଏବଂ ଅମଳ ଯୋଗ୍ୟ । ଯଦି କୌଣସି ବିଚାରଧୀନ ମକଦ୍ଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ, ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଦୀର୍ଘଦିନ ଧରି ଚାଲୁ ରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରିବାକୁ ଜିଲ୍ଲା ଆଇନସେବା ପ୍ରଶସ୍ତିକରଣ , କନ୍ଧମାଳ, ଫୁଲବାଣୀ ତରଫରୁ ଅନୁରୋଧ କରାଯାଇଛି ।
ସବିଶେଷ ବିବରଣୀ ତଥା ଏହା ଉପରେ ଅଧିକ ଜାଣିବା ପାଇଁ ନିକଟସ୍ଥ ଅଦାଲତରେ କାର୍ଯ୍ୟରତ ଜିଲ୍ଲା ଆଇନସେବା ପ୍ରାଧିକରଣ ବା ତାଲୁକ ଆଇନସେବା କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ କୁହାଯାଇଛି ।

hiranchal ad1
Leave A Reply

Your email address will not be published.

12 − five =