୬ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ଜିଲ୍ଲା ଦ୍ୱାୟିତ୍ୱ ଦେଲା ବିଜେଡି

0 262

ଭୁବନେଶ୍ୱର:ରାଜ୍ୟର ୩୦ ଟି ଜିଲ୍ଲାପାଇଁ ୬ ଜଣ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛି ବିଜେଡି । ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । ବିଜ୍ଞପ୍ତି ଅନୁଯାୟୀ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଦାୟିତ୍ୱ ଦିଆଯାଇଛି । ସେହିପରି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଦାୟିତ୍ୱ ଦିଆଯାଇଛି । ମନ୍ତ୍ରୀ ପ୍ରମିଳା ମଲ୍ଲିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଦାୟିତ୍ୱରେ ରହିବେ ।
ସେହିପରି ଦେବୀପ୍ରସାଦ ମିଶ୍ରଙ୍କୁ ମିଳିଛି ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଦାୟିତ୍ୱ ମିଳିଛି । ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲା ସମ୍ଭାଳିବେ ମହେଶ୍ୱର ମହାନ୍ତି । ସେହିପରି ପ୍ରତାପ ଜେନାଙ୍କୁ ମିଳିଛି ସର୍ବାଧିକ ୭ଟି ଜିଲ୍ଲାର ଦାୟିତ୍ୱ । ସେଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ।

hiranchal ad1
Leave A Reply

Your email address will not be published.

nine + two =