ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ । ଦକ୍ଷିଣ- ପୂର୍ବ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆକଳନ କରାଯାଇଛି ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ଅର୍ଥାତ ଆକ୍ଟୋବର ୨୪ ତାରିଖ ବେଳେକୁ ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଚିହ୍ନିତ ହେବ ବୋଲି ଆକଳନ କରାଯାଇଛି। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷ ହେବାର ଆଶଙ୍କା ରହିଛି।
