ବାଲିଗୁଡ଼ା :୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସଙ୍କ ଅଧ୍ୟକ୍ଷତାରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉପଖଣ୍ଡ ଉତ୍ସବ ପାଳନ କମିଟି ଦ୍ବାରା ପ୍ରତିବର୍ଷ ଭଳି ଚଳିତ ବର୍ଷ କିଭଳି ଆନନ୍ଦ ଉଲ୍ଲାସର ସହ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ ସେନେଇ ଏହି ବୈଠକରେ ଆଲୋଚନା ହୋଇଥିଲା । ଏଥିସହିତ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ସହ ଅଭ୍ୟାସ ପ୍ୟାରେଡ୍ ପାଇଁ ସମୟ ସ୍ଥିର କରାଯାଇଥିଲା । ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର କର୍ମକର୍ତ୍ତାଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତ ପ୍ରକାଶ କରିଥିଲେ ।
