ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା)ର ଉପ କାରାଗାର ପରିଦର୍ଶନ

0 92

ସୁବର୍ଣ୍ଣପୁର: ଓଡିଶା ସରକାରଙ୍କ ଗୃହ ବିଭାଗ ଦ୍ୱାରା ମନୋନୀତ ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା ) ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଜି ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସମ୍ପାଦିକା ସସ୍ମିତା ମିଶ୍ରଙ୍କ ତତ୍ତ୍ୱାବଧାନରେ କମିଟିର ସଦସ୍ୟ ପ୍ରଫେସର ନୀଳାମ୍ବର ଶତପଥି, ରାଜୀବ ଲୋଚନ ଗୁରୁ, ହେମନ୍ତ କୁମାର ସା ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ଉପ କାରାଗାର ପରିଦର୍ଶନ କରିଥିଲେ । ଏହି ଅବସରରେ କମିଟି ପକ୍ଷରୁ ଉପ କାରାଗାରର ଅନ୍ତେବାସୀଙ୍କ ସହିତ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ଆଇନ ବ୍ୟବସ୍ଥାକୁ ନେଇ ଆଇନ ସହ ଦ୍ୱନ୍ଦ୍ୱରେ ଜଡିତ ଥିବା ଶିଶୁଙ୍କୁ ଚିହ୍ନଟ କରାଯାଇଥିଲା କିନ୍ତୁ ଏଥିରେ କୌଣସି ଆଇନ ସହ ଦ୍ୱନ୍ଦ୍ୱରେ ଥିବା ଶିଶୁ ପାଇ ନ ଥିଲେ । ଭାରପ୍ରାପ୍ତ ଉପ କାରାଗାରର ଅଧ୍ୟକ୍ଷ ଡିଲେଶ୍ୱର ଜେନା ପରିଦର୍ଶନ ସମୟରେ ଉପସ୍ଥିତ ରହି ଉକ୍ତ କମିଟିକୁ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

7 − 1 =