ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଶନିବାର ଭୁବନେଶ୍ବର ଫେରିଛନ୍ତି। ନବୀନଙ୍କୁ ସ୍ବାଗତ କରିବା ପାଇଁ ବିଜେଡିର ହଜାର ହଜାର ନେତୃବୃନ୍ଦ ଓ କର୍ମୀ ଉପସ୍ଥିତ ଥିଲେ।

ଆଜି ଏନେଇ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ କରି କହିଛନ୍ତି, ଆପଣମାନଙ୍କ ଶୁଭେଚ୍ଛା ଏବଂ ଭଲପାଇବା ପାଇଁ ଆନ୍ତରିକ ଧନ୍ୟବାଦ ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଆପଣମାନଙ୍କ ଆଶୀର୍ବାଦ ହିଁ ପ୍ରିୟ ଓଡ଼ିଶାବାସୀଙ୍କ ସେବା କରିବା ପାଇଁ ମୋର ଶକ୍ତି ସାଜିଛି।
