ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 116

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ସୁବର୍ଣ୍ଣପୁର ଜିଲ୍ଲା ସଦର ସ୍ଥିତ ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ଜନିତ ୩୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୯ ଗୋଟି, ସାମୁହିକ ଦରଖାସ୍ତ ୨ଗୋଟି ରହିଥିବା ବେଳେ ୧ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ୩୨ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୭ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।
ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ )ସୂର୍ଯ୍ୟ ନାରାୟଣ ଦାଶ, ପିଡି ଡିଆରଡିଏ ଡୋଳାମଣି ପଟେଲ, ଉପ- ଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କହଁର, ଡିଏମଓ ଏମଏସ ଡଃ ପ୍ରଦୀପ କୁମାର ଗୁରୁ, ଆରଡବ୍ଲୁଏସଏସ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଇଂ. ବିଭୁ ପ୍ରସାଦ ପଣ୍ଡା, ପି.ଡବ୍ଲୁ.ଡି-କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ପି.ଏଚ.ଡି ନିର୍ବାହୀ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଆରଡି, ଡି.ଇ.ଓ. ଲକ୍ଷ୍ମଣ ଭୋଇ, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ବିଡ଼ିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ,ନିର୍ବାହୀ ଅଧିକାରୀ ସୋନପୁର ମ୍ୟୁନିସିପାଲିଟି ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର ସୋନପୁରଙ୍କ ସହ ବିଭିନ୍ନ ଗଣମାଧ୍ୟମ ର ପ୍ରତିନିଧି ସମୁହ ଯୋଗଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

3 × two =