ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

0 153

ଭୁବନେଶ୍ୱର: ଏବେ ଡହଡହ ଖରାକୁ ବିଦ୍ୟୁତ କାଟ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ବିଦ୍ୟୁତକାଟ ଜନିତ ସମସ୍ୟା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି । ସବୁ ସହରାଞ୍ଚଳ ଓ ଗ୍ରାମାଞ୍ଚଳକୁ ବିଦ୍ୟୁତ ଯୋଗାଣ ନିଶ୍ଚିତ କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ହିଟୱେଭ ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ବିଦ୍ୟୁତ ବିତରଣ କମ୍ପାନୀଗୁଡ଼ିକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।
ଏହି ପରିପ୍ରେକ୍ଷୀରେ ଶ୍ରୀ ମହାପାତ୍ର କହିଛନ୍ତି ଯେ ବିଦ୍ୟୁତ ଯୋଗାଣରେ ଯାହା ବି ସମସ୍ୟା ରହିଛି ତାହା ସାମୟିକ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହ ଯୋଗୁଁ ବିଦ୍ୟୁତ ଚାହିଦା ବଢୁଛି । ପିକ୍‌ ସମୟରେ ୧୦ ପ୍ରତିଶତ ଅଧିକ ବିଦ୍ୟୁତ ଚାହିଦା ରହୁଛି । ଦିନ ବେଳା ବିଦ୍ୟୁତ ଯୋଗାଣରେ କୌଣସି ଅସୁବିଧା ନହେଉ ବୋଲି କହି ସବୁ ବିଦ୍ୟୁତ ଉତ୍ପାଦନକାରୀ ସଂସ୍ଥାକୁ କୋଇଲା ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

four + 19 =