ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଳକର ରାମଗିରି ପଞ୍ଚାୟତ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ୫୫ ଗୋଟି ଅଭିଯୋଗ ଆସିଥିବା ବେଳେ ଏହାକୁ ତୁରନ୍ତ ସମାଧାନ ସକାଶେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କୁ ୱଲଚିୟର, ଏଫ୍ଆରଓ ଓ ଆରଓଆର ପଟ୍ଟା ବଣ୍ଟନ କରାଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ଓ ବ୍ଳକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।