ଆସୁଛି ଆଉ ଏକ ଲଘୁଚାପ : ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

0 80

ଭୁବନେଶ୍ୱର :  ଓଡ଼ିଶାକୁ ପୁଣି ମାଡ଼ି ଆସୁଛି ବର୍ଷା। ଦକ୍ଷିଣ ମିଆଁମାର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଶୁକ୍ରବାର ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ଆଜି ଓ ଆସନ୍ତାକାଲି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ।

hiring

ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ହେଲା ଢେଙ୍କାନାଳ, ସୁନ୍ଦରଗଡ, ଦେଓଗଡ଼, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର, ମୟୁରଭଂଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଓ କଟକ।

ସେହିଭଳି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଆଲର୍ଟ ଜାରି ହୋଇଛି। ଜିଲ୍ଲା ଗୁଡିକ ହେଲା , ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ, ଦେଓଗଡ, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର ଓ ଯାଜପୁର । ୨୦ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର ଓ କଳାହାଣ୍ଡି ଜିଲ୍ଲା ରେ ଅତିପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ।

hiranchal ad1
Leave A Reply

Your email address will not be published.

two × five =