ଗ୍ରାମ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ

0 66

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲାପାଳଙ୍କ କନଫରେନ୍ସ ହଲ ଠାରେ ଗ୍ରାମ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ ଖମାରି, ଉପ ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଅଭିଯୋଗ ଶୁଣାଣୀରେ ୭୧ ଗୋଟି ଅଭିଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ୬୪ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା ୭ ଗୋଟି, ୧୭ ଗୋଟି ସମସ୍ୟା ଫଇସଲା କରି ତୁରନ୍ତ ସମାଧାନ କରାଇଛି ଏବଂ ତିନି ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୩ ହଜାର ଟଙ୍କା ପ୍ରଦାନ କରାଯାଇଛି । ଅନ୍ୟ ସବୁ ଅଭିଯୋଗର ତୁରନ୍ତ ସମାଧାନ ସକାଶେ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣୀରେ ଜିଲ୍ଲାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

four + 7 =