କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ

0 51

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନରେ ଗତ ୧୦ ଦିନ ଧରି ଚାଲିଥିବା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମର ଉଦ୍‌ଯାପିତ ହୋଇଯାଇଛି । ଗତ ୧୮.୦୪.୨୦୨୨ ଠାରୁ ଆରମ୍ଭ ହୋଇଥିବା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ନୂଆଗଡ ବ୍ଲକରୁ ମୋଟ ୩୦ ଜଣ ପୁରୁଷ ଏବଂ ମହିଳା ତାଲିମ ନେଇଥିଲେ । ସମସ୍ତ ପ୍ରତିଭାଗୀ ମାନଙ୍କ ପାଇଁ ଅନୁଷ୍ଠାନରେ ରହିବା, ଖାଇବା ମାଗଣା ସହିତ ଯାତାୟତ ଭତ୍ତା ମଧ୍ୟ ପ୍ରଦାନ କରଯାଇଥିଲା । ଏହି ଅବସରରେ ଏକ ଉଦଯାପନୀ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଅନୁଷ୍ଠାନର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ବ୍ରହ୍ମା ସଭାପତିତ୍ୱରେ ଗଜପତି ଜିଲ୍ଲା ନାବାର୍ଡ ବିକାଶ ପ୍ରବନ୍ଧକ ପ୍ରତୀକ ପଣ୍ଡା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗଜପତି ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ କିଶୋର ଚନ୍ଦ୍ର ନାଇକ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ସମସ୍ତ ଅତିଥି ଏବଂ ଅନୁଷ୍ଠାନର ନିର୍ଦ୍ଦେଶକ ପ୍ରତିଭାଗୀମାନଙ୍କୁ ସାର୍ଟିଫିକଟ ପ୍ରଦାନ କରିବା ସଙ୍ଗେସଙ୍ଗେ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ଭବିଷ୍ୟତରେ ଆତ୍ମନିଯୁକ୍ତ ହୋଇ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ । ଅନୁଷ୍ଠାନର ପ୍ରାଧ୍ୟାପକ ଦିଲ୍ଲୀପ କୁମାର ତନ୍ତି କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ ଶେଷରେ ଅନୁଷ୍ଠାନର ଅନ୍ୟତମ ପ୍ରାଧ୍ୟାପିକା ଶ୍ରୀମତୀ ଦିକ୍ଷ୍ୟାଶ୍ରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

one + 3 =