ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ସଂପର୍କରେ ଆଲୋଚନା ବୈଠକ

0 72

ପୁରୀ:ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ସୌନ୍ଦଯ୍ୟକରଣ ଏବଂ ଶ୍ରଦ୍ଧାଳୁ ମାନଙ୍କ ନିମନ୍ତେ ବିଭିନ୍ନ ସେବା ଓ ସୁବିଧା ଯୋଗାଇ ଦେବା ନିମନ୍ତେ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଏଥିନିମନ୍ତେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଅଧିନରେ କାର୍ଯ୍ୟ ଯାରି ରହିଛି । ଏ ସଂପର୍କିତ ସୂଚନା ଜିଲ୍ଲା ପ୍ରଶାସନ ପକ୍ଷରୁ ସହରର ବିଭିନ୍ନ ଅନୁଷ୍ଠାନ ଏବଂ ସଂସ୍ଥା ମାନଙ୍କୁ ପ୍ରଦାନ କରାଯାଉଛି । ଏହି ସଂକ୍ରାନ୍ତରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ କିମ୍ଭକାର ନିଯୋଗ ଏବଂ ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ମାନଙ୍କ ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ସଂପର୍କରେ ସ୍ଥାନୀୟ ପ୍ରଦକ୍ଷଣ ଗୃହ ସମ୍ମିଳନୀରେ ଅନୁଷ୍ଠିତ ହୋଇଛି । ଉକ୍ତ ପ୍ରକଳ୍ପର ଆବଶ୍ୟକତା ସଂପର୍କରେ ଜିଲ୍ଲାପାଳ ଉପସ୍ଥାପନ କରିଥିଲେ । ଏହି ପ୍ରକଳ୍ପ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ଖଣ୍ଡେଲାଇଟ ପଥର ଦ୍ୱାରା ନିର୍ମାଣ କରାଯିବ । ଭକ୍ତ ମାନଙ୍କ ସେବା ଓ ସୁବିଧା ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯିବା ସହ ସମସ୍ତଙ୍କ ସହଯୋଗରେ ଏହାର ସୁଫଳ ସୁଦୂର ପ୍ରସାରି ହେବ । ପରିକ୍ରମା ମାର୍ଗର ୭୫ ମିଟର ମଧ୍ୟରେ ସବୁଜିମା ବୃଦ୍ଧି, ସାଧାରଣ ସୁବିଧା ଉପଲବ୍ଧ କରାଇବା, ଶୌଚାଳୟ, ଆଶ୍ରୟସ୍ଥଳୀ, ପୋଲିସ କଣ୍ଟ୍ରୋଲ ରୁମ, ସୂଚନା ଓ ଆଶୁ ଚିକିତ୍ସା କେନ୍ଦ୍ର, ଜୋତା ଓ ସାମଗ୍ରୀ ରଖିବା ସ୍ଥାନ, ୨୪ ଘଣ୍ଟିଆ ପାଣି ଓ ବିଦ୍ୟୁତ ଯୋଗାଣ ଆଦି ବ୍ୟବସ୍ଥା ରହିବ । ଏଥିସହ ଉକ୍ତ ପ୍ରକଳ୍ପ ପାଇଁ ମନ୍ଦିର ଓ ସ୍ଥାନୀୟ ପର୍ବପର୍ବାଣି ଏବଂ ନୀତିକାନ୍ତି ଯେପରି ବ୍ୟାହତ ନହୁଏ ଏଥିପ୍ରତି ଧ୍ୟାନ ଦିଆଯିବ ବୋଲି ଜିଲ୍ଲାପାଳ କହିଥିଲେ । ଉକ୍ତ ବୈଠକରେ ଉପସ୍ଥିତ ବ୍ୟକ୍ତି ବିଶେଷ ମାନେ ପ୍ରକଳ୍ପ ସଂପର୍କରେ ଜାଣି ଖୁସିବ୍ୟକ୍ତ କରିବା ସହ ସମସ୍ତ ସହଯୋଗ କରିବାକୁ କହିଥିଲେ । ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ସଭାକାର୍ଯ୍ୟ ପରିଚାଳନା କରିବା ସହ ଏ ସଂକ୍ରାନ୍ତୀୟ ସମସ୍ତ ସୂଚନା ବୈଠକରେ ପ୍ରଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

3 × 4 =