ପଶ୍ଚିମବଙ୍ଗ ଦମ୍ପତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

0 74

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୯ ତମ ଶିଶୁକୁ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ରାଜ୍ୟର ହୁଗୁଳି ଜିଲ୍ଲାର ଗୋଟିଏ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି ।
ଗତ ଲକ୍‌ ଡାଉନ୍‌ ଏବଂ ସଟ୍‌ ଡାଉନ୍‌ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର “ନିସାନ ସାଲୋମ’ ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର ଆଡପସନ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ କରାଯାଇଥିଲା ।
ପରବର୍ତ୍ତୀ ମୁହୁର୍ତ୍ତରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହାଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ ମାଧ୍ୟମରେ ଜଣାଇ ଦିଆଯାଇଥିଲା ।
ପରବର୍ତ୍ତୀ ମୁହୂର୍ତ୍ତରେ ତିନି ବର୍ଷ ଧରି ଏକ ପୁତ୍ର ସନ୍ତାନ ପାଇଁ ଅନଲାଇନ୍‌ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ ।
ଉପରୋକ୍ତ ଦମ୍ପତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ । ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ ।
ପରବର୍ତ୍ତୀ ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜକୁ ଅତିରିକ୍ତ ଜିଲ୍ଲାପାଳ ଯାଞ୍ଚ କରିବା ପରେ ବୁଧବାର ଦିନ ଶିଶୁଟିକୁ ପଶ୍ଚିମବଙ୍ଗର ଦମ୍ପତିଙ୍କୁ ହସ୍ତାନ୍ତର କରି ଦିଆଯାଇଥିଲା । ଏହି ଶିଶୁଟି ପୁତ୍ର ସନ୍ତାନ ହୋଇଥିଲା ବେଳେ ଏହାର ବୟସ ମାତ୍ର ୧ ବର୍ଷ ହୋଇଥିଲା । ଶିଶୁଟିକୁ ପାଇ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା ।
ଏହି ହସ୍ତାନ୍ତର ସମୟରେ ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷା ଅଳକା ସାହୁ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ଶିଶୁ ମଙ୍ଗଳ ସମିତିର ସଭ୍ୟ ଶ୍ରୀଯୁକ୍ତ ହିରଣ୍ୟ ରାୟ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ ଓ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

20 − twelve =