ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ୍‌ ପୋଲିସ୍‌ ଫୋର୍ସ

0 129

ପୁରୀ :ଶୃଙ୍ଖଳିତ ଓ ସୁରକ୍ଷିତ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିର ସମେତ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ୫୦ରୁ ଅଧିକ ସିସିଟିଭି କ୍ୟାମେରା ସଂସ୍ଥାପନା କାର୍ଯ୍ୟ ଚାଲିଛି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି କାନ୍ତି, ସେବାୟତ ଓ ପୋଲିସ ପ୍ରଶାସନ ମଧ୍ୟରେ ସମନ୍ୱୟ, ଭକ୍ତଙ୍କ ସୁରକ୍ଷା ଓ ସୁବିଧା, ଟ୍ରାଫିକ ନିୟନ୍ତ୍ରଣ, ଜନଗହଳି ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଠିକ୍‌ ସେହିପରି ରଥଯାତ୍ରା ସମୟରେ ଆମ୍ବୁଲାନ୍ସ ଓ ଜରୁରୀକାଳୀନ ପରିସ୍ଥିତି ପାଇଁ ଗ୍ରୀନ୍‌ କରିଡୋର ସୃଷ୍ଟି କରାଯିବ । ରଥଯାତ୍ରା ପୂର୍ବଦିନ ଜନଗହଳି ହେଲେ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷାକରି ଏହାକୁ ନିୟନ୍ତ୍ରଣ କରାଯିବ । ଶ୍ରୀଗୁଣ୍ଡିଚା ଦିନ ପହଣ୍ଡି ଠାରୁ ଆରମ୍ଭ କରି ରଥଟଣା ଓ ରଥ ଲାଗିବା ପର୍ଯ୍ୟନ୍ତ ପ୍ରତ୍ୟକଟି ବ୍ୟବସ୍ଥାକୁ ସୁରୁଖୁରୁରେ ଶେଷ କରିବା ପାଇଁ ପୋଲିସ ପ୍ରଶାସନ ତତ୍ପର ଥିବା ଏସପି ସୂଚନା ଦେଇଛନ୍ତି । ରଥଯାତ୍ରା ସମୟରେ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ପାଇଁ ସ୍ୱତନ୍ତ୍ର ପ୍ଲାନ ହେବା ସହ ପାର୍କିଂ ସ୍ଥାନ ଗୁଡିକରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯେଭଳି ଶୋଷଣର ଶିକାର ନହେବେ ଏଥିପ୍ରତି ଗୁରୁତ୍ୱ ଦିଆଯିବ । ବିଶେଷ କରି ପୁରୀ ସହରବାସୀ, ବୃଦ୍ଧ ବୃଦ୍ଧା, ଗର୍ଭବତୀ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଯୋଜନା କରାଯାଇଛି ।

hiranchal ad1
Leave A Reply

Your email address will not be published.

six − one =