ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲାପାଳଙ୍କ କନଫରେନ୍ସିଂ ହଲ ଠାରେ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଲାପଟପ ବଣ୍ଟନ କରିଛନ୍ତି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓଡ଼ିଶା ପକ୍ଷରୁ ଦୃଷ୍ଟିହୀନ ଛାତ୍ରଛାତ୍ରୀମାନଙ୍କ ସକାଶେ ବିଭିନ୍ନ କଲେଜରେ ଅଧ୍ୟୟନ କରୁଥିବା +୩ଠାରୁ ଅଧିକ କ୍ଳାସରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ଉଚ୍ଚ ଶିକ୍ଷାରେ ସହାୟକ ହେବା ପାଇଁ ଏବଂ ତାଙ୍କ ପାଠପଢାରେ ସୁଗମ ହେବା ପାଇଁ ତାଙ୍କୁ ଏହି ସାହାଯ୍ୟ କରାଯାଇଛି । ଗଜପତି ଜିଲ୍ଲାର ୫ ଜଣ ଛାତ୍ରଛାତ୍ରୀଙ୍କୁ ସାହାଯ୍ୟ କରାଯାଇଛି । ୫ ଜଣ ଛାତ୍ରଛାତ୍ରୀଙ୍କୁ ଅନୁମୋଦିତ ହୋଇଥିବାର ପବିତ୍ର କୁମାର ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ସାମାଜିକ ସୁରକ୍ଷା ବିଭାଗ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ ।