ଗଜପତି ମହାରାଜାଙ୍କ ପବିତ୍ର ସୁନିଆ ଉତ୍ସବ

0 100

ପୁରୀ : ଗଜପତି ମହାରାଜାଙ୍କ ଶ୍ରୀନହରରେ ଅନୁଷ୍ଠିତ ହୋଇଛି ପବିତ୍ର ସୁନିଆ ଉତ୍ସବ । ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ । ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଛି ସୁନିଆଁ ଉତ୍ସବ । ଆଜିଠାରୁ ଗଜପତି ମହାରାଜାଙ୍କର ୬୫ ଅଙ୍କର ପ୍ରଚଳନ ହୋଇଚି । ଏହି ଅଙ୍କର ଜାତକ ଓ ପାଞ୍ଜି ଗଣନାରେ ରହିଛି ବିଶେଷ ମହତ୍ୱ । ସୁନିଆ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା । କନକଦୁର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆର ବିଶେଷ ପର୍ବ ଅନୁଷ୍ଠିତ ହେଇଥିଲା । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯାଇଛି । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯାଇଛି । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଛନ୍ତି ।

hiranchal ad1
Leave A Reply

Your email address will not be published.

2 + eighteen =