ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୫ ବର୍ଷ ଜେଲ

0 184

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରା ଜଜ ଏବଂ ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପୀଡ଼ିତାଙ୍କ ବୟାନ ଆଧାରରେ ମାମଲାର ଅଭିଯୁକ୍ତ ଜିରିମିଆ ପ୍ରଧାନ (୨୭)କୁ ଦୋଷୀ ସାବ୍ୟସ୍ତ କରି ୨୫ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି । ଜରିମାନା ଅନାଦେୟ । ଅଭିଯୁକ୍ତକୁ ଆଉ ଅଧିକ ୧ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି । ପୀଡ଼ିତାଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋସ୍କୋ କୋର୍ଟର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।
ଘଟଣା ଅନୁସାରେ ଅଭିଯୁକ୍ତ ଜିରିମିଆ ପ୍ରଧାନ ଗତ ୪/୬/ ୨୦୧୯ ତାରିଖ ଦିନ ନାବାଳିକା ପିଡିତା ସ୍କୁଲ ଯିବା ବେଳେ ଚକଲେଟ ଦେବାକୁ ନିଜ ଘରକୁ ଡାକି ପିଡିତାର ଇଚ୍ଛା ବିରୁଦ୍ଧରେ ଜୋର ଜବରଦସ୍ତି ଶାରୀରିକ ସମ୍ପର୍କ ରଖିଥିଲା । ପିଡ଼ିତା ଏ ସଂକ୍ରାନ୍ତରେ ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଅନୁସାରେ ପୋଲିସ ଏକ ମାମଲା ୫୪/୨୦୧୯ ପୋସ୍କୋ ଆଇନ ଅନୁସାରେ ରୁଜ୍ଜୁ କରିବା ସହିତ ଅଭିଯୁକ୍ତକୁ କୋର୍ଟରେ ହାଜର କରାଇଥିଲା । ସେହି ମାମଲାର ଘଟଣା ବିଚାରଣ କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି ।

hiranchal ad1
Leave A Reply

Your email address will not be published.

one × three =