ଭୁବନେଶ୍ୱର: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି ମିଳିଛି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ରହିତାଦେଶ ପରେ ମୋକିମଙ୍କ ବିଧାୟକ ପଦ ବଜାୟ ରହିଛି । ତେବେ ଆସନ୍ତା ଫେବ୍ରୁଆରୀ ୨୨ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ହାଇକୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।
ସୂଚନା ଥାଉକି, ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ଦଣ୍ଡାଦେଶ ଶୁଣାଇଥିଲେ । କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ କେର୍ଟ । ମୋକିମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍ ଦଣ୍ଡ ଶୁଣାଇଥିଲେ କୋର୍ଟ ।
ପୂର୍ବତନ ଆଇଏଏସ୍ ବିନୋଦ କୁମାର, ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଏଥିସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଜରିମାନା କରିଛନ୍ତି ।