ତୃତୀୟ ଦିନରେ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ

0 158

ଭୁବନେଶ୍ୱର : ୬ ଦଫା ଦାବି ନେଇ ଚାଲିଥିବା ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ଆଜି ତୃତୀୟ ଦିନରେ ପହଞ୍ଚିଛି । ସରକାରଙ୍କ ସହ ମହାସଂଘର ମାରାଥନ୍ ବୈଠକ ବିଫଳ ହେଲା ପରେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି । ସରକାର ଲିଖିତ ପ୍ରତିଶ୍ରୁତି ନଦେବାରୁ ଆନ୍ଦୋଳନ ଜାରି ରହିବ ବୋଲି ମହାସଂଘ ରୋକ୍‌ଠୋକ୍ ଶୁଣାଇ ଦେଇଥିଲା । 

hiring

ଆନ୍ଦୋଳନର ଦ୍ୱିତୀୟ ଦିନରେ ସରକାରଙ୍କ ତରଫରୁ ଆଲୋଚନା ପାଇଁ ଡ୍ରାଇଭର ମହାସଂଘକୁ ଡକାଯାଇ ନଥିଲା । ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ରାଜ୍ୟରେ ଯାତ୍ରୀ ଓ ସାମଗ୍ରୀ ପରିବହନ ସଂପୂର୍ଣ୍ଣ ଭାବେ ଠପ୍‌ ହୋଇ ପଡ଼ିଛି । ତୈଳ ପରିବହନ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି । ଆଜି ବହୁ ତେଲ ଟାଙ୍କିରୁ ପେଟ୍ରୋଲ୍‌, ଡିଜେଲ୍‌ ସରି ଯାଇଥିବା ଜଣାପଡ଼ିଛି । ଆଜି ପେଟ୍ରୋଲ୍‌, ଡିଜେଲ୍‌ ପରିବହନ ନ ହୋଇ ପାରିଲେ ରାଜ୍ୟରେ ତେଲ ସଙ୍କଟ ଦେଖା ଦେବ । ଫଳରେ ସଙ୍ଗିନ ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । 
ସେପଟେ ପାରାଦୀପ, ବାଲେଶ୍ବର, ଜଟଣୀ, ଝାରସୁଗୁଡ଼ା ଆଦି ପେଟ୍ରୋଲ ଡିପୋରେ ତୈଳ ପରିବହନ କରୁଥିବା ଡ୍ରାଇଭରମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଫଳରେ ଦୁଇ ଦିନ ହେଲା ତେଲ ପରିବହନ ବନ୍ଦ ରହିଛି ।  ଆଜି ବି ତୈଳ ପରିବହନ ନ ‌ହେଲେ ଅଧିକାଂଶ ତେଲ ଟାଙ୍କିରୁ ତେଲ ସରିଯିବ। ସନ୍ଧ୍ୟା ସୁଦ୍ଧା ରାଜ୍ୟର କୌଣସି ଟାଙ୍କିରେ ପେଟ୍ରୋଲ୍‌, ଡିଜେଲ୍‌ ମିଳିବ ନାହିଁ । ତେଣୁ ଆଜି ତେଲ ପରିବହନ ହେବା ଜରୁରୀ। 

hiranchal ad1
Leave A Reply

Your email address will not be published.

five × five =