ବାଲିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୭ତମ ବାର୍ଷିକ ଉତ୍ସବ ପାଳନ

0 37

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୭ ତମ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ବିଦ୍ୟାଳୟର ଉନ୍ନତି ପ୍ରତି ଗୁରୁତ୍ବ ଦେବାକୁ କହିଥିଲେ ଏବଂ ଛାତ୍ରଛାତ୍ରୀଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ । ସମ୍ମାନୀତ ଅତିଥି ଭାବେ ବାଲିଗୁଡ଼ା ବନଖଣ୍ଡ ଅଧିକାରୀ ଘନଶ୍ୟାମ ମହନ୍ତ, ଫାଉଣ୍ଡର ସଦସ୍ୟ ପଦ୍ମଚରଣ ଦାସ, ଜଗନ୍ନାଥ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁଧାଂଶୁ ମୋହନ ପତି, ସମ୍ପାଦକ ତୀର୍ଥବାସୀ ଘଡ଼େଇ, ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମଞ୍ଚାସିନ ଥିଲେ । ଏଥିରେ ବାଲିଗୁଡ଼ା ସମନ୍ବୀତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ଅଧିକାରୀ କୃପାସିନ୍ଧୁ ବେହେରା ମୁଖ୍ୟବକ୍ତା ଭାବେ ଯୋଗଦେଇ ଜୀବନରେ ଶିକ୍ଷାର ଗୁରୁତ୍ୱ ଦିଗରେ ଛାତ୍ରଛାତ୍ରୀ, ବିଦ୍ୟାଳୟର ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ଅଭିଭାବକଙ୍କୁ ଆଲୋକପାତ କରାଇଥିଲେ । ପରେ ବାର୍ଷିକ ଉତ୍ସବ ପାଳନ ଅବସରରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ଏବଂ ସମ୍ମାନୀତ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଶେଷରେ ମନୋରଞ୍ଜନ ପାଇଁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସମ୍ପାଦକ ତୀର୍ଥବାସୀ ଘଡ଼େଇ ଉତ୍ସବର ସମ୍ପୂର୍ଣ୍ଣ କାର୍ଯ୍ୟ ତଦାରଖ କରିଥିବା ବେଳେ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରାଇବାରେ ସମସ୍ତ କର୍ମଚାରୀ ପୂର୍ଣ୍ଣ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

19 − fifteen =