ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ମେ’ ୬ ତାରିଖ (ଶୁକ୍ରବାର) ଦିନ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି। ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିବ। ବୈଠକରେ ଉଚ୍ଚଶିକ୍ଷା, ଭିତ୍ତିଭୂମି ନିର୍ମାଣ ସମେତ ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ନେଇ ପାଳନ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି।
