ଭୁବନେଶ୍ୱର: ପୂର୍ବତନ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ । ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସେ ସ୍ଥାନ ପାଇଛନ୍ତି । ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।
ସୂଚନାଯୋଗ୍ୟ, ୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି । ଏହାପରେ ଗତ ମାର୍ଚ୍ଚ ମାସରେ ତାଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ବିଜେପି ରାଜ୍ୟ ସଭାପତି ଭାବେ ନିଯୁକ୍ତି ମିଳିଛି ।