ଭୁବନେଶ୍ୱର: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଆଗକୁ କିଛି ମନ୍ତ୍ରୀ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇ ପାରନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଆଲୋଚନା ହୋଇପାରେ। ମନମୋହନଙ୍କ ସହ ଦିଲ୍ଲୀ ଗସ୍ତରେ ସଂଗଠନ ସା. ସମ୍ପାଦକ ମାନସ ମହାନ୍ତି ମଧ୍ୟ ଯାଇଛନ୍ତି।
