ରାଜ୍ୟରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ କଲେ ନଡ୍ଡା

0 72

କଟକ: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ। ଦେଶର ୨୯ ହଜାରରୁ ଊଦ୍ଧର୍‌ବ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ।

hiring

କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ ଏହାର ଶୁଭାରମ୍ଭ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଏହାର ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ, ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ପ୍ରଭାତୀ ପରି ଏବଂ ସୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତଥିଲେ॥ ୧୨ ଜିଲାରେ ମଧ୍ୟ ଏଥିପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ୧୨ ଜଣ ମନ୍ତ୍ରୀ ଏଥିରେ ଅତିଥି ଭାବେ ଯୋଗଦେଇ ସ୍ବାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

hiranchal ad1
Leave A Reply

Your email address will not be published.

four − 4 =