ଫୁଲବାଣୀ : ଫୁଲବାଣୀ ସହରର ସ୍ଥାନୀୟ ଗାନ୍ଧୀସ୍ମୃତି ଭବନଠାରେ ନେହରୁ ଯୁବ କେନ୍ଦ୍ର ତରଫରୁ ଜ଼ିଲ୍ଲାସ୍ତରୀୟ ଯୁବ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଉପ ଜ଼ିଲ୍ଲାପାଳ ଶେଷଦେବ ମିଶ୍ର ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜ଼ିଲ୍ଲା କ୍ରୀଡା ଅଧିକାରୀ ରାକେଶ କୁମାର ନାୟକ, ବ୍ଲକ ଉନୟନ ଅଧିକାରୀ ପ୍ରବୀଣ କୁମାର ବାଣୁଆ, ଅଧ୍ୟାପକ ବୈକୁଣ୍ଠ ନାଥ ସ୍ୱାଇଁ, ସାଂସଦଙ୍କ ପ୍ରତିନିଧି ଜଳନ୍ଧର ବେହେରା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କହଁର ଏବଂ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନଭନିତ କୁମାର, ସହ କର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ । ଅନୁଷ୍ଠିିତ କାର୍ଯ୍ୟକ୍ରମକୁ କନ୍ଧମାଳ ଜ଼ିଲ୍ଲାର ବିଭିନ୍ନ ବ୍ଲକରୁ ୫୦୦ ସହ ଯୁବକ ଓ ଯୁବତୀ ଅଂଶ ଗ୍ରହଣ କରିଥିଲେ । ଯୁବ ଗୋଷ୍ଠୀମାନଙ୍କ ମଧ୍ୟରେ ଚିତ୍ରାଙ୍କନ, କବିତା, ମୋବାଇଲ ଫୋଟଗ୍ରାଫି, ବକ୍ରୃତା, ଯୁବ ସମ୍ବାଦ, ସାଂସ୍କୃତିକ କାର୍ଯ୍ୟକ୍ରମ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।
ମୁଖ୍ୟ ଅତିଥି ଅନୁଷ୍ଠିତ ଦିବସର ମୁଖ୍ୟ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଉପସ୍ଥିତ ଯୁବ ଭାଇ ଓ ଭଉଣୀମାନଙ୍କୁ ଅବଗତ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନଙ୍କୁ ଟ୍ରଫି, ପ୍ରମାଣ ପତ୍ର, ଏବଂ ଅର୍ଥ ରାଶି ପ୍ରଦାନ କରାଯାଇଥିଲା । ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର ଅନୁଷ୍ଠିତ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଏବଂ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର କାର୍ଯ୍ୟକ୍ରମ ବିଷୟରେ ତା ସହ ଯେଉଁ ପ୍ରତିଯୋଗୀମାନେ ପ୍ରଥମ ସ୍ଥାନ ଅଧିକାରୀ କରିଛନ୍ତି ଆଗାମୀ ଦିନରେ ରାଜ୍ୟସ୍ତରୀୟ ପ୍ରତି ଯୋଗିତାରେ ଅଂଶ ଗ୍ରହଣ କରିବେ ବୋଲି ଅବଗତ କରିଥିଲେ । ବୈଠକରେ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର ସହ କର୍ମୀ ସତ୍ୟବାନ ଦଳବେହେରା ମୁଖ୍ୟ ଅତିଥି,ଅନ୍ୟାନ୍ୟ ଅତିଥି ଓ ଉପସ୍ଥିତ ଯୁବକ ଭାଇ ଓ ଭଉଣୀ ମାନଙ୍କୁ ସ୍ୱାଗତ କରିଥିବା ବେଳେ ମନୋଜ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ ।