ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ

0 57

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲାପାଳଙ୍କ କନଫରେନ୍ସିଂ ହଲଠାରେ ସୋମବାର ଦିନ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ ରେ ୩୮ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ୩୧ ଗୋଟି ସାମୁହିକ ୭ ଗୋଟି ଥିଲା ଓ ଦୁଇ ଗୋଟି ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଛି । ଅନ୍ୟ ୩୬ ଗୋଟି ଅଭିଯୋଗ ଶୁଣାଣୀକୁ ଜିଲ୍ଲା ପାଳ ସଂପୃକ୍ତ ଥିବା ବିଭାଗୀୟ ଅଧିକାରୀଙ୍କୁ ତୁରନ୍ତ ସମାଧାନ ସକାଶ ନିର୍ଦ୍ଦେଶ ଦେଇଛନ୍ତି ଓ ଜଣଙ୍କୁ ରେଡ଼କ୍ରସ ପକ୍ଷରୁ ଚିକିତ୍ସା ସକାଶେ ଦଶ ହଜାର ସହାୟତା କରାଯାଇ ଥିବାର ଜଣାପଡିଛି । ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ଜୟ ରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ସମେତ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ବ୍ଳକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

12 − 5 =