ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

0 149

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁନିଲ କାନ୍ତ ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଫାଲଗୁନି ମାଝୀ ମିଳିତ ଜନ ଅଭିଯୋଗ ଶୁଣାଣିରେ ଯୋଗଦାନ କରି ଲୁହାଗୁଡ଼ି ସମେତ ଗୋବିନ୍ଦପୁର, ମିରାପାଲି ଓ ଲିଲିଗଡ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୩୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୭୫ ଓ ୮ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଦୁଇ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ପଚିଶ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳସେଚନ, ଗୃହ ନିର୍ମାଣ, ରାସନ୍‌ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା, ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚାୟତ ୧୦୩ ଜଣ ହିତଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସମୟରେ ଉପଖଣ୍ଡ ପୋଲିସ ଅଧିକାରୀ, ଆର.ଉଦୟଗିରି ଅଶ୍ୱିନୀ ନାୟକ, ମୋହନା ବ୍ଲକ ଅଧ୍ୟକ୍ଷ ରାଜୀବ ଶବର,ସ୍ଥାନୀୟ ସରପଞ୍ଚ କୈଳାଶ ଦଳବେହେରା, ମୋହନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ତପଶ୍ୱନି ହାଂସଦା, ସ୍ଥାନୀୟ ତହସିଲଦାର ହିମାଂଶୁ ଭୂଷଣ ପଳେଇ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

one × four =