ଜିଲାପାଳଙ୍କ ନନ୍ଦାହାଣ୍ଡି ବ୍ଲକ୍‌ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 98

ନନ୍ଦାହାଣ୍ଡି: ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ୍‌ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ଅନୁଷ୍ଠିତ ହୋଇଯାଇଛି । ଆଜି ନନ୍ଦାହାଣ୍ଡି ବ୍ଲକ ଡଙ୍ଗର ଭେଜା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ନବରଙ୍ଗପୁର ଜିଲ୍ଲାପାଳ କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ନନ୍ଦାହାଣ୍ଡି ପଞ୍ଚାୟତ ସମିତି ର ବିଭିନ୍ନ ଅଞ୍ଚଳରୁ ଜିଲ୍ଲାପାଳଙ୍କୁ ନିଜର ତଥା ନିଜ ଅଞ୍ଚଳର ସମସ୍ୟା ତଥା ଆପତ୍ତି ଅଭିଯୋଗ ଜଣାଇବା ପାଇଁ ଆସିଥିବା ୩୦ ଜଣଙ୍କର ନାମ ପଞ୍ଜିକରଣ କରାଯାଇଥିଲା, ସେଥି ମଧ୍ୟରୁ ୧୫ ଜଣଙ୍କର ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୧୧ ଗୋଟି ଗୋଷ୍ଠୀଗତ ଥିଲା । ଆଉ ୪ ଗୋଟି ସମସ୍ୟାକୁ ତୁରନ୍ତ ସମାଧାନ କରିଥିଲେ ଜିଲ୍ଲାପାଳ । ଅଭିଯୋଗରେ ମୁଖ୍ୟତଃ ପାନୀୟଜଳ, ସ୍ୱାସ୍ଥ୍ୟ ସେବା, ରାସ୍ତା ନିର୍ମାଣ, ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ ଭତ୍ତା, ଶିକ୍ଷା, ଜମିଜମା ସମ୍ବନ୍ଧୀୟ ଅଭିଯୋଗ ଥିଲା । ଜିଲ୍ଲାପାଳ ଅଭିଯୋଗ ଜଣାଇବା ପାଇଁ ଆସିଥିବା ଲୋକଙ୍କୁ ଭେଟି ତାଙ୍କର ଆପତ୍ତି ଅଭିଯୋଗ ଶୁଣିବା ସହିତ ଏଥି ସମ୍ବନ୍ଧିତ ପତ୍ର ଗ୍ରହଣ କରି ଏହାର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଜନ ଶୁଣାଣୀ ଶିବିରରେ ନବରଙ୍ଗପୁର ଆରକ୍ଷୀ ବିଭାଗ ପକ୍ଷରୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରସାନ୍ତ ପଟ୍ଟନାୟକ, ଉପଜିଲ୍ଲାପାଳ ଦାୟିତ୍ୱରେ ଥିବା ଦୁର୍ଯ୍ୟୋଧନ ଭୋଇ, ନନ୍ଦାହାଣ୍ଡି ବ୍ଲକ ଅଧ୍ୟକ୍ଷା ରଶ୍ମିତା ମାଝୀ, ଉପାଧ୍ୟକ୍ଷ ସଦନ ଗୌଡ଼ , ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରୋଦ ଚନ୍ଦ୍ର ସାହୁ, ତହସିଲଦାର ବନମାଳୀ ମେହେର, ଜିଲ୍ଲାସ୍ତରୀୟ ଏବଂ ବ୍ଲକସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ,ପଂଚାୟତ ସମିତିର ସମସ୍ତ କର୍ମଚାରୀ ପ୍ରମୁଖ ଯୋଗଦେଇଥିଲେ । ଏହି ଅବସରରେ ୮ ଜଣଙ୍କୁ ବାର୍ଦ୍ଧକ୍ୟ ଭତ୍ତା, ୨ ଜଣଙ୍କୁ ବିଧବା ଭତ୍ତା ଓ ୫ ଜଣଙ୍କୁ ଭିନ୍ନକ୍ଷମ ଭତ୍ତା ପ୍ରଦାନ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

19 − 11 =