ଉଦଘାଟନ ହେଲା ନବୀନ ଓଡିଶା କ୍ରୀଡା, ସଂସ୍କୃତି ଓ ସାମାଜିକ କାର୍ଯ୍ୟକ୍ରମ

0 85

ନୂଆଗାଁ : ନୟାଗଡ ଜିଲ୍ଲା ମହିପୁର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ୟରେ ଆଜି ନବୀନ ଓଡିଶା କ୍ରୀଡା, ସଂସ୍କୃତି ଓ ସାମାଜିକ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ତତ ସହିତ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ ,ସମ୍ମାନିତ ଅତିଥି ଭାବରେ ଉପଶିକ୍ଷା ଅଧିକାରୀ ବସନ୍ତ କୁମାର ନାୟକ,ନୂଆଗାଁ ମଣ୍ଡଳ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ,୧୭ ନଂ ଜିଲ୍ଲା ପରିଷଦ ସଭ୍ୟଙ୍କ ପ୍ରତିନିଧି ଦିଲୀପ ଦଳବେହେରା, ନୂଆଗାଁ ବ୍ଲକ ଅଧକ୍ଷାଙ୍କ ପ୍ରତିନିଧି ସଂକର୍ଷଣ ବେହେରା ଗୋଗଦେଇଥିଲେ । ବିଦ୍ୟାଳୟର ସମସ୍ତ କମିଟିର ସଭାପତି ଓ ସଭ୍ୟ ଉପସ୍ଥିତ ରହିଥିଲେ । ଉକ୍ତ କାର୍ଯ୍ୟ କରାମତି ବିଦ୍ୟାଳୟର ଅଧ୍ୟକ୍ଷ ନିରଞ୍ଜନ ଦାଶଙ୍କ ତତ୍ୱାବଧାନରେ ଆରମ୍ଭ ହୋଇଥିଲେ । ସମସ୍ତ ଅତିଥି ମାନଙ୍କ ଉପସ୍ଥିତିରେ ନବୀନ ଓଡିଶା କ୍ରୀଡା, ସଂସ୍କୃତି ଓ ସାମାଜିକ କାର୍ଯ୍ୟକ୍ରମ ଉଦଘାଟିତ ହୋଇଥିଲା ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ । ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶା ନବୀନ ଓଡିଶା ।
ବିଦ୍ୟାଳୟ ପରିସରରେ ୪ ଦିନ ଧରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ତତ ସହିତ ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ସାମାଜିକ ସଚେତାନତାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଛାତ୍ରଛାତ୍ରୀ ମାନେ ପ୍ରଥପ୍ରାନ୍ତରେ ନାଟକ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରିବେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହିଥିଲେ ।

hiranchal ad1
Leave A Reply

Your email address will not be published.

13 − six =