ଆସନ୍ତା କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ, ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତିକାନ୍ତି

0 125

ପୁରୀ : ଆସନ୍ତା କୁମାର୍‌ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ର ଗ୍ରହଣ । ଏଥିପାଇଁ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ସ୍ୱତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ ହେବ । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରି ରତ୍ନସିଂହାସନରେ ବିଜେ କରିବେ । ଗ୍ରହଣ ସ୍ପର୍ଶର ୯ଘଣ୍ଟା ପୂର୍ବରୁ ପାକତ୍ୟାଗ ହେବ । ଅପରାହ୍ନ ୪ଟା ୪ମିନିଟ ୫୫ସେକେଣ୍ଡ ପୂର୍ବରୁ ଏହା ହେବ । ତେବେ ଶ୍ରୀମନ୍ଦିରରେ ଶ୍ରୀଜିଉ ସ୍ୱତନ୍ତ୍ର ନିତି ପାଇଁ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ପାଳିଆ ସେବକଙ୍କ ସହ ଆଲୋଚୋନା କରାଯାଇଛି । ।

hiring

ଚଳିତ ବର୍ଷ କୁମାରପୂର୍ଣ୍ଣିମାରେ ଏକମାତ୍ର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ଅନୁଷ୍ଠିତ ହେବ । ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ଘଣ୍ଟା ୪ ମିନିଟ୍‌ ୫୫ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ରାତ୍ରୀ ୨ଟା ୨୪ମିନିଟ୍‌ ୨ ସେକେଣ୍ଡ । ଅର୍ଥାତ ଗ୍ରହଣର ଅବଧି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ । ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଅପରାହ୍ନ ୪ ଟା ୪ ମିନିଟ୍‌ ୫୫ ସେକେଣ୍ଡ ଠାରୁ ରାତ୍ର ୨ଟା ୨୪ମିନିଟ ୨ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ, ଅନ୍ନ ଭୋଜନ ଓ ଦେବନୀତି ନିଷିଦ୍ଧ ରହିବ । ତେବେ ଗ୍ରହଣ ସମୟରେ ଶ୍ରୀ ମନ୍ଦିରର ନୀତି ଓ ପରମ୍ପରା କିନ୍ତୁ ଭିନ୍ନ । ଗ୍ରହଣ ସମୟରେ ସବୁ ଆଡେ ଦେବ ନିତି ବନ୍ଦ ରହୁଥିବା ବେଳେ
ଶ୍ରୀମନ୍ଦିରରେ କିନ୍ତୁ ଗ୍ରହଣ ସ୍ପର୍ଶ ହେବା ମାତ୍ରେ ମହାପ୍ରଭୁ ଙ୍କ ନୀତିକାନ୍ତି ଆରମ୍ଭ ହୋଇଥାଏ । ଏହା ଶ୍ରୀମନ୍ଦିରର ସ୍ୱତନ୍ତ୍ରତା । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରିଥାନ୍ତି । ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ, ଅଙ୍ଗିରା, ଭୃଗୁ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି । ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ ।
ତେବେ ଗ୍ରହଣ ସ୍ପର୍ଶ ସମୟରୁ ହିଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନ, ଗ୍ରହଣ ଖଇକୋରା ଭୋଗ ନୀତି ଅନୁଷ୍ଠିତ ହେବ । ତେବେ ଶାସ୍ତ୍ରରେ ଲିଖିତ ଅନୁଯାୟୀ ଛୋଟ ପିଲା, ବୃଦ୍ଧ, ରୋଗୀ ଙ୍କ କ୍ଷେତ୍ରରେ ଗ୍ରହଣ କଟକଣା ଲାଗୁ ହେବ ନାହିଁ । ତେବେ ଅନ୍ୟ ମାନେ ଏହା ପାଳନ କରିବା ଉଚିତ୍‌ । ଗ୍ରହଣ ନିୟମ ମାନିବା ଦ୍ୱାରା ମଙ୍ଗଳ ହୋଇଥାଏ ବୋଲି ଶ୍ରୀ ଜଗନ୍ନାଥ ସଂସ୍କୃତି ଗବେଷକ କହିଛନ୍ତି ।

hiranchal ad1
Leave A Reply

Your email address will not be published.

eleven − eight =