ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

0 97

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହା ବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ସ୍ମାର୍ଟ କନଫରେନ୍ସିଂ ହଲଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଅଜୟ ତ୍ରିପାଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗାଳ୍ପିକ ନରସିଂହ ପଟ୍ଟନାୟକ ଯୋଗ ଦେଇଥିଲେ । ଉଦ୍ଭିଦ ବିଜ୍ଞାନ ବିଭାଗର ମୁଖ୍ୟ ଡକ୍ଟର ଜିତେନ୍ଦ୍ର ନାଥ ପଟ୍ଟନାୟକ, ଓଡ଼ିଆ ବିଭାଗର ମୁଖ୍ୟ ଡକ୍ଟର ଚନ୍ଦ୍ର ଶେଖର ଦାସ ପ୍ରମୁଖ ମଞ୍ଚାସିନ ଥିଲେ । ମୁଖ୍ୟ ବକ୍ତାଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ କରି ଏହି କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ । ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ଡକ୍ଟର ଚନ୍ଦ୍ର ଶେଖର ଦାସ । ଛାତ୍ରୀମାନଙ୍କ ଦ୍ୱାରା ବନ୍ଦେ ଉତ୍କଳ ଜନନୀ ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା । ଅତିଥିମାନେ ଅନ୍ତର୍ଜାତୀୟ ଦିବସ ଉପରେ ନିଜର ମତ ବ୍ୟକ୍ତ କରିଥିଲେ । ମୁଖ୍ୟ ବିଷୟବସ୍ତୁ ଥିଲା ମାତୃଭାଷା ସୁରକ୍ଷାରେ ପାରଳାର ଭୂମିକାର ଶୀର୍ଷକ ।ଏହି କାର୍ଯ୍ୟକ୍ରମରେ ପୂଜାରାଣୀ ଦାସ, ସୌଦାଗର ସିଂୟ ଅର୍ଜୁନ ଜେନା, ବିଜୟ ଲକ୍ଷ୍ମୀ ବିନ୍ଧାଣି ରତ୍ନ, ରାମକୃଷ୍ଣ ପଟ୍ଟନାୟକ ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା ପ୍ରମୁଖ ଉପସ୍ଥିତ ରହିବା ସହ ପିଜି ଓ +୩ର ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ । ଅଧ୍ୟାପକ ଅର୍ଜୁନ ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

15 − 8 =