ଓଡିଶା ଆସୁଛନ୍ତି ରାଷ୍ଟ୍ରପତି, ଟୁଇନସିଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି

0 63

ଭୁବନେଶ୍ବର :  ଆସନ୍ତାକାଲିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ହାଇ ଆଲର୍ଟରେ ଟୁଇନସିଟି । ବସଷ୍ଟାଣ୍ଡ, ଷ୍ଟେସନ, ଏୟାରପୋର୍ଟ ଆଦି ସ୍ଥାନ ଉପରେ ରହିଛି କଡା ନଜର ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆଜି ହେବ କାର୍କେଡ଼ ରିହରସଲ । ବ୍ଲୁ ବୁକ ଗାଇଡ଼ଲାଇନ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡ଼ା କରାଯାଇଛି । ରାଷ୍ଟ୍ରପତିଙ୍କ ସବୁ ମିଟିଂ ସ୍ଥଳରେ ଜଣେ ଲେଖାଏଁ ଏଡିସିପି ରାଙ୍କ ଅଫିସର ନିୟୋଜିତ ହେବେ ।

hiring

ରାଜଭବନରେ ୨୪ ଘଣ୍ଟିଆ ପୋଲିସ ନିୟୋଜିତ ହୋଇଛନ୍ତି । ମୋଟ ୪୦ ପ୍ଲାଟୁନ ପୋଲିସ ସୁରକ୍ଷା ଦାୟିତ୍ୱରେ ରହିବେ । ୨ ଶହ ପୋଲିସ ଅଫିସରଙ୍କ ନଜରରେ ରହିବ ପୁରା ସହର । ୧୪ ଏଡିସିପି ରାଙ୍କ ଅଫିସର, ୩୫ ଏସିପି ରାଙ୍କ ଅଫିସର, ୪୭ ଇନସ୍ପେକ୍ଟର ୧୮୮ ସବ ଇନସ୍ପେକ୍ଟର ଓ ୫୦ ହୋମଗାର୍ଡ ନିୟୋଜିତ ହେବେ । କାରକେଡର ଇନଚାର୍ଜ ଜଣେ ଏସପି ରାଙ୍କ ଅଫିସର ରହିବେ । କାରକେଡ୍ ମୁଭମେଣ୍ଟର ତଦାରଖ କରିବେ । ୩୦ଟି କାର କାର୍କେଡ଼ରେ ସାମିଲ ହେଉଛନ୍ତି ।

କାଲି ସକାଳେ ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ପରେ ପୂର୍ବାହ୍ନରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗ ଦେବେ । ଅପରାହ୍ନ ୪ଟା ୧୫ରେ ରମାଦେବୀ ମହିଳା ବିଶ୍ବ ବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ । ରମାଦେବୀର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦୀକ୍ଷାନ୍ତ ଭାଷଣ ଦେବେ । କାର୍ୟ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ, ଉଚ୍ଚଶିକ୍ଷା ସଚିବ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉପସ୍ଥିତ ରହିବେ ।

hiranchal ad1
Leave A Reply

Your email address will not be published.

four × 4 =