ଦୁର୍ନୀତି ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ, ଚାକିରିରୁ ବିଦା ହେଲେ ୩ ଅଧିକାରୀ

0 87

ଭୁବନେଶ୍ୱର : ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ୯ ଜଣ ଅଧିକାରୀଙ୍କ ଉପରେ ହୋଇଚି କଡ଼ା କାର୍ଯ୍ୟାନୁଷ୍ଠାନ । ୩ ଜଣ ଚାକିରିରୁ ବରଖାସ୍ତ ହୋଇଥିବାବେଳେ ୬ ଜଣଙ୍କ ପେନ୍‌ସନ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ଏଥିରେ ବିଭିନ୍ନ କ୍ଷେତ୍ରର ଅଧିକାରୀ,ଯଥା ଏକ୍‌ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍‌ ଅଧିକାରୀ, କୃଷି ବିଭାଗ ଅଧିକାରୀ,ସାମାଜିକ ଶିକ୍ଷା ଅଧିକାରୀ,ଅଡିଟର, ଜୁନିଅର ଇଂଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍‌ସନ ବନ୍ଦ କରାଯାଇଛି ।
ଏହି ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲା ଆରଡବ୍ଲୁଏସଏସର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବରାମ ବିଶ୍ୱାଳ ଏକ ଦୁର୍ନୀତି ମାମଲାରେ ଦେଷୀସାବ୍ୟସ୍ତ ହୋଇଛନ୍ତି । ତାଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ସେହିପରି କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍‌ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦୁର୍ନୀତି, ଅପାରଗତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ କୃଷ୍ଣଚନ୍ଦ୍ର ଗୌଡ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।
ବରଗଡ ଜିଲ୍ଲା ସୋହେଲା ଆର ଡବ୍ଲୁ ଏସଏସର ପୂର୍ବତନ ଜୁନିଅର ଇଂଜିନିୟର ଉପେନ୍ଦ୍ରଭଂଜ ନାୟକ ଜଣେ ସରକାରୀ ଅଧିକାରୀ ହେବା ସତ୍ତେ୍ୱ କାର୍ଯ୍ୟରେ ସଚ୍ଚୋଟତା ରକ୍ଷା କରିବାରେ ଏବଂ କର୍ତ୍ତବ୍ୟ ପରାୟଣତାରେ ବିଫଳ ହୋଇଥିଲେ । ଏହାସହିତ ତାଙ୍କର ବ୍ୟବହାରରେ ଶିଷ୍ଟାଚାର ମଧ୍ୟ ନଥିଲା । ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରିରୁ ବହିଷ୍କୃତ କରାଯାଇଛି । ସୁନ୍ଦରଗଡ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ସୁଶିଲ କୁମାର ମେହେର ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦୁର୍ନୀତି ଓ ଅପାରଗତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ମୟୁରଭଞ୍ଜ ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ଠିକ୍‌ ସେହିପରି ନୟାଗଡ ଜିଲ୍ଲା ଚାନ୍ଦପୁରର ପୂର୍ବତନ ଡିଏମଏସଏନ୍‌ ସୁପରିନ୍‌ଟେଣ୍ଡେଟ ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ସେ ପାଉଥିବା ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।
/
ସମ୍ବାଦିକଙ୍କ ପାଇଁ ଖୋଲିଲା ସ୍ୱତନ୍ତ୍ର ପୋର୍ଟାଲ,ଏଣିକି ଗୋଟିଏ କ୍ଲିକରେ ବୀମା
ଭୁବନେଶ୍ୱର : ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ୱାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ । ସାମ୍ବାଦିକଙ୍କ ପାଇଁ ପୋର୍ଟାଲ ଲୋକାର୍ପିତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫-ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି । ଏହାଦ୍ୱାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକ ଅନଲାଇନ କଲ୍ୟାଣ ଯୋଜନାର ସୁବିଧା ନେଇପାରିବେ । ରାଜ୍ୟ ସରକାର ଗୋପବନ୍ଧୁ କର୍ମୀଜୀବୀ ସମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନା କରିଛନ୍ତି । ଚିକିତ୍ସା ପାଇଁ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦିଆଯାଉଛି । ମୃତ୍ୟୁ ହେଲେ ୪ଲକ୍ଷ ସହାୟତା ରାଶି ଯୋଗାଇ ଦିଆଯାଉଛି । ସାମ୍ବାଦିକତା ଏକ ବୃତ୍ତି ନୁହେଁ ଏକ ମିଶନ । ସାମ୍ୱାଦିକମାନେ ସଚେତନ ସମାଜ ଗଠନ ପାଇଁ କାମ ଜାରି ରଖନ୍ତୁ ବୋଲି ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସାମ୍ୱାଦିକଙ୍କୁ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

hiranchal ad1
Leave A Reply

Your email address will not be published.

twenty − 7 =