ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

0 93

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେବା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ ।
ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍‌ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

hiring


ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି ।
ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।


ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ ।
ପାଣି ଛାଡିବାର ସାତ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

5 + 15 =