ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0 87

ପାରଳାଖେମଣ୍ଡି: ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ୍‌ କୁମାର, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ନାୟକ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ ରାଣୀପେଣ୍ଠ, ବାଘାସଲା, ସିଧାମାଡଙ୍ଗ, କେରାଣ୍ଡି ଓ କତଲକଇଠା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୯୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୨ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୮, ୧୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଜଣକୁ ରେଡ୍‌କ୍ରୋସ୍‌ ପାଣ୍ଠିରୁ ୫୦୦୦ ଟଙ୍କା ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳସେଚନ, ଗୃହ ନିର୍ମାଣ, ରାସନ୍‌ କାର୍ଡ, ମନରେଗା, ଶିକ୍ଷା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଅରଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପିଏ.ଆଇଟିଡିଏ ଫାଲଗୁନି ମାଝୀ, ଡେପୁଟି କଲେକ୍ଟର ନଟବର ଗରଡା, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

5 × four =