ନାବାଳିକା ଦୁଷ୍କର୍ମ ଓ ଅପହରଣ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ ଜେଲ

0 89

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରା ଜଜ ଏବଂ ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ୮ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପୀଡ଼ିତାଙ୍କ ବୟାନ ଆଧାରରେ ମାମଲାର ଅଭିଯୁକ୍ତ ସିପୁ ଦିଗାଲ (୩୧)କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି । ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୬ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି । ପୀଡ଼ିତାଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋସ୍କୋ କୋର୍ଟର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ । ଘଟଣା ଅନୁସାରେ ଅଭିଯୁକ୍ତ ସୀପୁ ଦିଗାଲ ୧୯/୦୫/୨୦ ୧୫ ତାରିଖ ଦିନ ନାବାଳିକା ପିଡିତାକୁ ଅପହରଣ କରି ନେଇ ଯାଇଥିଲା । ଗୋଟିଏ ଘରେ ପିଡିତାର ଇଚ୍ଛା ବିରୁଦ୍ଧରେ ଜୋର ଜବରଦସ୍ତି ଶାରୀରିକ ସମ୍ପର୍କ ରଖୁଥିଲା । ପିଡ଼ିତାର ବାପା ଝିଅକୁ ଘରେ ନପାଇ ୨୧/୦୫/୨୦୧୫ ତାରିଖରେ ଖଜୁରିପଡ଼ା ଥାନାରେ ଅପହରଣ କରି ନେଇଥିବା ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଅନୁସାରେ ପୋଲିସ ଏକ ମାମଲା ୪୩/୨୦୧୫ ପୋସ୍କୋ ଆଇନ ଅନୁସାରେ ରୁଜ୍ଜୁ କରିବା ସହିତ ଅଭିଯୁକ୍ତକୁ କୋର୍ଟରେ ହାଜର କରାଇଥିଲା ।ସେହି ମାମଲାର ଘଟଣା ବିଚାରଣ କରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି ।

hiranchal ad1
Leave A Reply

Your email address will not be published.

3 + eighteen =