ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଭିନ୍ନକ୍ଷମ ଦିବସ ପାଳନ

0 60

ନବରଙ୍ଗପୁର: ଭିନ୍ନକ୍ଷମ ଦିବସ ଅବସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଆଶାକିରଣ (ମାନସିକ ଅନଗ୍ରସର ପିଲାଙ୍କ ନିମନ୍ତେ ଶିକ୍ଷା ଓ ବୈଷୟିକ ତାଲିମ କେନ୍ଦ୍ର) ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଫଳ ଓ ଚକୋଲେଟ ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍‌ ସଂଜୀବ ଦୁବେଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ସଂଜୀବ ଦୁବେ ଯୋଗ ଦେଇଥିଲେ । ଅନ୍ୟାନ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଜଜ୍‌ (ପୋକସୋ) ଶ୍ରୀମତୀ ପ୍ରଣତୀ ସାହା, ଅତିରିକ୍ତ ଜିଲ୍ଲା ଜଜ୍‌ ଶ୍ରୀଯୁକ୍ତ ଶିବ ପ୍ରସାଦ ମିଶ୍ର, ଅତିରିକ୍ତ ଜିଲ୍ଲା ଜଜ୍‌ (Adhoc) ନିରଞ୍ଜନ ସାହୁ, ମୁଖ୍ୟ ବିଚାରବିଭାଗୀୟ ଦଣ୍ଡାଧିକାରି ସୁଦାମ ଚରଣ ଦାଶ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ, ବରିଷ୍ଠ ଦେୱାନୀ ଜଜ୍‌ ଶ୍ରୀମତୀ ଅନ୍ନପୂର୍ଣ୍ଣା ନାୟକ, ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ସୁକାନ୍ତ କିଶୋର ଜେନା, ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ରାଜଶ୍ରୀ ଆରୟବାଲା ତ୍ରିପାଠୀ ଓ ଆଶା କିରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜଗନ୍ନାଥ ବେହେରା ଆଦି ଯୋଗ ଦେଇଥିଲେ ଓ ପିଲାଙ୍କ ସହ କେକ କାଟି ଭିନ୍ନକ୍ଷମ ଦିବସ ପାଳନ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ୱାରା ପରିଚାଳନା କରଯାଇଥିଲା ।

hiranchal ad1
Leave A Reply

Your email address will not be published.

nine − three =