୧୨ରୁ ପ୍ରବଳ ବର୍ଷିବ

0 90

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଏକ ଘୂର୍ଣ୍ଣିବଳୟ ଆସନ୍ତା ୧୩ ଅଗଷ୍ଟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁସାରେ, ଏହି ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି।

hiring

ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି, ଯେଉଁଠାରେ ପ୍ରବଳ ବର୍ଷା ସହ ୩୦ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ଏହା ସହିତ ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲା ପାଇଁ ମଧ୍ୟ ୟେଲୋ ଆଲର୍ଟ ଜାରି ହୋଇଛି। ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୧୨ ଓ ୧୩ ଅଗଷ୍ଟ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଲଘୁଚାପର ପ୍ରଭାବ ଦକ୍ଷିଣ ଓଡ଼ିଶାରେ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ରେକର୍ଡ ହୋଇଛି, ଯେଉଁଠାରେ ଖୋର୍ଦ୍ଧାର ଚିଲିକାରେ ସର୍ବାଧିକ ୯୦ ମିଲିମିଟର ବର୍ଷା ହୋଇଛି।

hiranchal ad1
Leave A Reply

Your email address will not be published.

20 − 9 =