ଧବଳେଶ୍ୱର ପୀଠରେ ଜାରି ହେଲା ୧୪୪ ଧାରା

0 22

ଆଠଗଡ଼ : ଆଠଗଡ ଧବଳେଶ୍ୱର ପୀଠରେ ଆଜି ଜାରି ହୋଇଛି ୧୪୪ ଧାରା । ଝୁଲାପୋଲର ମରାମତି ପାଇଁ ଜାରି ହେଲା ୧୪୪ ଧାରା । ଏନେଇ ସୂଚନା ଦେଲେ ଆଠଗଡ଼ ଉପଜିଲ୍ଲାପାଳ । ଡଙ୍ଗାରେ ଶ୍ରଦ୍ଧାଳୁଙ୍କୁ ପାରି କରାଇବା ସମ୍ଭବ ନଥିବାରୁ ଏପରି ନିଷ୍ପତ୍ତି ନେଇଛି ପ୍ରଶାସନ । ଏହି ନିର୍ଦ୍ଦେଶ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଜାରି ରହିବ । ସକାଳେ ଝୁଲାପୋଲରେ ଫାଟ ଯୋଗୁ ରାଜ୍ୟ ସରକାର ଯାତ୍ରୀ କଟକଣା ଜାରି କରିଛନ୍ତି । ତେବେ ବିଶେଷଜ୍ଞ ଟିମ୍‌ ଅନୁଧ୍ୟାନ ପରେ ମରାମତି ପାଇଁ ନିଷ୍ପତ୍ତି ହେଲା । ଆଗକୁ ଆସୁଛି ବଡ ଓଷା । ବାବା ଧବଳେଶ୍ୱରଙ୍କ ପୀଠରେ ବଡ ଓଷାରେ ପ୍ରବଳ ଭିଡ ହୋଇଥାଏ । ଜିଲ୍ଲା ତଥା ଜିଲ୍ଲା ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ବାବାଙ୍କୁ ଦର୍ଶନ କରିବା ପାଇଁ ଆସିବେ । ଏହି ସମୟରେ ମହାନଦୀ ଉପରେ ତିଆରି ହୋଇଥିବା ଝୁଲା ପୋଲରେ ପ୍ରବଳ ଭିଡ ଜମିବାର ସମ୍ଭାବନା ରହିଛି । ଝୁଲା ପୋଲରେ ଫାଟ ସୃଷ୍ଟି ହୋଇଥିବାରୁ କୌଣସି ଅଘଟଣ ଘଟିବା ଆଶଙ୍କା କରି ଆଜି ପ୍ରଶାସନ ଏପରି ନିଷ୍ପତ୍ତି ନେଇଛନ୍ତି । ଧବଳେଶ୍ୱରରେ ଥିବା ଝୁଲା ପୋଲରେ ଫାଟ ହୋଇଛି । ପୋଲକୁ ଷ୍ଟେ’ ଦିଆଯାଇଥିବା ୧୨ଟି ଟଣକାରେ ମଧ୍ୟ ଫାଟ ହୋଇଛି । ଏହାର ମରାମତି କରାଯିବ । କୋଲକାତାର ବିଶେଷଜ୍ଞ ଟିମ୍‌ ସହ ଆଜି ଗ୍ରାମ ଉନ୍ନୟନ ବିଭାଗର ଟିମ୍‌ ଆଜି ଝୁଲା ପୋଲର ସ୍ଥିତି ଅନୁଧ୍ୟାନ କରିଥିଲେ । ୨୦୦୬ ମସିହାରେ ଉଦ୍‌ଘାଟନ ହୋଇଥିବା ଏହି ଝୁଲାପୋଲ ଏବେ କ୍ରମଶଃ ଦୁର୍ବଳ ହେବାରୁ ସାଧାରଣ ଭକ୍ତଙ୍କୁ ମନ୍ଦିର ନ ଆସିବାକୁ ନିବେଦନ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

20 + one =