ସେପ୍ଟେମ୍ବର ସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ ଟେଣ୍ଡର

0 44

ଦଶପଲ୍ଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା । ଏ ସଂପର୍କରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । ସଂପର୍କରେ ୫-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ନୟାଗଡ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ମାଇ ଓ ତାବଲଦେଇ ପାହାଡ଼ ମଧ୍ୟରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ୱାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

three × 3 =