ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 72

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୯ ଗୋଟି ଓ ସାମୁହିକ ଦରଖାସ୍ତ ୦୬ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୧୭ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୮ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ତରଭା ବିଡିଓ ବିନୟ କୁମାର ପଟେଲଙ୍କ ତତ୍ତ୍ୱାବଧାନରେ ଆଜି ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଳା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ନିହାର ରଞ୍ଜନ କହଁର, ଉପ ଜିଲ୍ଲାପାଳ, ସୋନପୁର ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତରଭା ତହସିଲଦାର ସୂର୍ଯ୍ୟମଣି ଭୋଇ ପ୍ରମୁଖ ଯୋଗଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

4 + ten =