ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ,ବଦଳିଲେ ୫ ଜିଲ୍ଲାର ଏସପି

0 644

ଭୁବନେଶ୍ୱର : ରାଜ୍ୟରେ ଆଇପିଏସ ସ୍ତରରେ ଆଜି ହୋଇଛି ବଡ଼ଧରଣର ଅଦଳବଦଳ । ବଦଳିଛନ୍ତି ୫ ଜିଲ୍ଲାର ଏସପିଙ୍କ ସହ ୧୮ ଆଇପିଏସ । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଏ.ଏମ. ପ୍ରସାଦଙ୍କୁ ସରକାର ମାନବାଧିକାର ସୁରକ୍ଷା ସେଲ୍‌ର ସ୍ପେଶାଲ ଡିଜି ଭାବେ ନିଯୁକ୍ତ ଦେଇଛନ୍ତି । ସେହିପରି ରେଳବାଇ ସ୍ୱତନ୍ତ୍ର ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଡିଜି ଦାୟିତ୍ୱ ମିଳିଛି । ଆର.କେ. ଶର୍ମା ଅତିରିକ୍ତ ଡିଜିପି (ମୁଖ୍ୟାଳୟ), ହୋଇଥିବାବେଳେ ସଞ୍ଜୟ କୁମାର ଆଇନ ଶୃଙ୍ଖଳା ଓ ଯୋଗାଯୋଗର ଅତିରିକ୍ତ ଡିଜି ହୋଇଛନ୍ତି । ସେହିପରି ଅମିତାଭ ଠାକୁର ହୋଇଛନ୍ତି ପରିବହନ କମିଶନର । ସୁରେଶ ଦେବଦତ୍ତ ସିଂ ଅତିରିକ୍ତ ଡିଜି (ଅପରେସନ) ହୋଇଥିବାବେଳେ ଦୟାଲ ଗଙ୍ଗୱାର ଅତିରିକ୍ତ ଡିଜି (ରେଳବାଇ ଓ ଉପକୂଳ ସୁରକ୍ଷା), ରାଜେଶ କୁମାର ଅତିରିକ୍ତ ଡିଜି (ଆଧୁନିକୀକରଣ),ନରସିଂହ ଭୋଳ (ଅବକାରୀ କମିଶନର) ହୋଇଛନ୍ତି । ସେହିପରି ଆଶିଷ ସିଂ କେନ୍ଦ୍ରାଞ୍ଚଳ ଆଇଜି ଭାବେ ନିଯୁକ୍ତି ଦେଇଥିବାବେଳେ ରାଜେଶ ପଣ୍ଡିତ ଡିଆଇଜି(ଅଗ୍ନିଶମ ଓ ହୋମଗାର୍ଡ)ଭାବେ ନିଯୁକ୍ତ ପାଇଛନ୍ତି । ସେହିପରି ଅଖିଳେଶ୍ୱର ସିଂ ହୋଇଛନ୍ତି ଡିଆଇଜି(ସ୍ୱତନ୍ତ୍ର ଗୁଇନ୍ଦା ସଂସ୍ଥା) । ସିଏସ ମୀନା ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି । ଅନ୍ୟପଟେ ରାଉରକେଲା, ମୟୂରଭଞ୍ଜ, ସମ୍ବଲପୁର, କେନ୍ଦୁଝର ଓ ବଲାଙ୍ଗୀର ଏସପି ବଦଳିଛନ୍ତି । ମିତ୍ରଭାନୁ ମହାପାତ୍ର ରାଉରକେଲା ଏସପି ହୋଇଥିବାବେଳେ ବାତୁଲା ଗଙ୍ଗାଧର ମୟୂରଭଞ୍ଜ, ମୁକେଶ କୁମାର ଭାମୋ ସମ୍ବଲପୁର, କୁଶଲକର ନୀତୀନ ଦାଗୁଡୁ କେନ୍ଦୁଝର, ଖିଲାରି ରିଷିକେଶ ବଲାଙ୍ଗୀର ଏସପି ଭାବେ ନିଯୁକ୍ତି ପାଇଛନ୍ତି ।

hiranchal ad1
Leave A Reply

Your email address will not be published.

nine + 8 =