ଗଞ୍ଜେଇ ଜବତ, ଜଣେ ଗିରଫ

0 34

ପୁରୀ : ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାଡର ନିରୀକ୍ଷକ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ବ୍ରହ୍ମଗିରି ଥାନା ଅଧୀନ ଜଗଦଳ ଅଂଚଳରେ ଚଢ଼ାଉକରି ଧନଞ୍ଜୟ ପଲେଇ(୩୫)ଙ୍କୁ ଗିରଫ କରିଛନ୍ତି । ତାଙ୍କ ଠାରୁ ୫ କିଲୋ ଗ୍ରାମ ଗଞ୍ଜେଇ ଜବତ କରାଗଲା ଯାଇଛି । ଅଭିଯୁକ୍ତଙ୍କ ବିରୁଦ୍ଧରେ ଜିଲ୍ଲା ମୋବାଇଲ ସ୍କ୍ୱାଡ କେସ ନଂ -୮୫/୨୨-୨୩ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବାବେଳେ ଜାମିନ ନାମଞ୍ଜୁର ହେବାରୁ ପୁରୀ କାରଗାରକୁ ପଠାଯାଇଛି । ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୫୦,୦୦୦/-ଟଙ୍କାରୁ ଉଦ୍ଧ୍ୱର୍ ହେବ । ଏହି ଚଢ଼ାଉରେ ଅବକାରୀ ଉପନିରିକ୍ଷକ ସିଦେ୍ଧଶ୍ୱର ମଲ୍ଲିକ, ଏଏସ୍‌ଆଇ ସୁବାଷ ଚନ୍ଦ୍ର ମହାପାତ୍ର, ଗୀତାଞ୍ଜଳି ବେହେରା, ଏବଂ କର୍ମଚାରୀ ପ୍ରଦୀପ୍ତ ପଣ୍ଡା,ଦୀପ୍ତି ରଞ୍ଜନ ଦାସ ପ୍ରମୁଖ ସାମିଲ ଥିଲେ

hiranchal ad1
Leave A Reply

Your email address will not be published.

4 + fourteen =