ଜଳୁଛି ପଶ୍ଚିମ ଓଡ଼ିଶା,ଉପକୂଳରେ ଅସହ୍ୟ ଗୁଳୁଗୁଳି

0 52

ଭୁବନେଶ୍ୱର:ରାଜ୍ୟରେ ପ୍ରଚଣ୍ଡ ଖରା ଓ ଗୁଳୁଗୁଳି ଜାରି ରହିଛି । ବିଶେଷକରି,ପଶ୍ଚିମ ଓଡ଼ିଶା ଅବସ୍ଥା ସାଂଘାତିକ । ସାରା ପ.ଓଡ଼ିଶା ଜଳୁଥିବା ବେଳେ ଉପକୂଳରେ ଅସହ୍ୟ ଗୁଳୁଗୁଳି । ଆଜି ସମ୍ବଲପୁର ଓ ଝାରସୁଗୁଡ଼ାରେ ସର୍ବାଧିକ ତାତି ରେକଡର଼୍ ହୋଇଛି । ସମ୍ବଲପୁରରେ ଆଜି ସର୍ବାଧିକ ୪୩ ଡିଗ୍ରି ତାପମାତ୍ରା ରେକଡର଼୍ ହୋଇଛି କେବଳ କାଳବୈଶାଖୀ ହିଁ ଆଶ୍ୱସ୍ତି ଦେଉଛି । ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ । ତେଲେଙ୍ଗାନା ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ଗାଙ୍ଗେୟ ଉପତ୍ୟକା ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ଖରାବର୍ଷାର ଲୁଚକାଳି ଖେଳ ଜାରି ରହିଛି ।
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ଏବଂ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ୧୪ ଜିଲ୍ଲା, ଜୁନ୍‌ ୧ ତାରିଖରେ ୪ଟି ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ସେପଟେ ପଶ୍ଚିମ ଓଡ଼ିଶାରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବା ସମ୍ଭାବନା ନଥିବା ବେଳେ ବିଭିନ୍ନ ସ୍ଥାନରେ ୪୨ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ତାପମାତ୍ରା ରହିବା ସମ୍ଭାବନା ରହିଛି । ସେପଟେ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗର ଏବଂ ନିକୋବର ଦ୍ୱିପପୁଞ୍ଜରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୁଳ ରହିଛି ।

hiranchal ad1
Leave A Reply

Your email address will not be published.

3 × three =