ରଥକାଠ ଅନୁକୂଳ ସହ ଆରମ୍ଭ ହେଲା ପ୍ରସିଦ୍ଧ ଚନ୍ଦନ ଯାତ୍ରା

0 84

ପୁରୀ:ଆଜି ପବିତ୍ର ଅକ୍ଷୟ ତୃତୀୟା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଏହି ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ପୂଜାପଣ୍ଡା ସେବାୟତ ମାନେ ରଥଖଳା ଠାରେ ପହଞ୍ଚିବା ପରେ ସେଠାରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଥିଲା । ସେହିପରି ଆଜିଠାରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଚନ୍ଦନ ଯାତ୍ରା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ତାପରୁ ଉପଶମ ପାଇବା ପାଇଁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀରେ ନୌକା ବିହାର କରିଛନ୍ତି । ୨୧ ଦିନ ଧରି ଚାଲିବାକୁ ଥିବା ଏହି ବାହାର ଚାପରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ପ୍ରତ୍ୟହ ମଧ୍ୟାହ୍ନରେ ଶ୍ରୀମନ୍ଦିରରୁ ବାହାରି ବିରାଟ ଶୋଭାଯାତ୍ରାରେ ଚନ୍ଦନ ପୁଷ୍କରିଣୀ ନରେନ୍ଦ୍ର ଅଭିମୁଖେ ଯିବେ ।
ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟର ଅନୁକୂଳ ସହ ଆରମ୍ଭ ହୋଇଛି ଚନ୍ଦନ ଯାତ୍ରା । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡାନ୍ତ ହୋଇଥିବା ପୂର୍ବ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୩ଟା ୨୦ରେ ଦ୍ୱାର ଫିଟା, ମଙ୍ଗଳ ଆଳତୀ, ମଇଲମ, ଅବକାଶ ଓ ସକାଳ ଧୂପ ଅନୁଷ୍ଠିତ ହୋଇଥିଲା । ଏହାପରେ ନକ୍ଷତ୍ର ଓ ଜୟବିଜୟ ଦ୍ୱାର ବନ୍ଦାପନା ସରିବା ପରେ ବିମାନକୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ବିଜେ କରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ବାହାରିଥିଲେ । ସେହିପରି ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ତିନିବାଡର ପୂଜାପଣ୍ଡା ସେବାୟତମାନେ ବିରାଟ ଶୋଭାଯାତ୍ରାରେ ବାହାରି ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ପହଞ୍ଚିବା ପରେ ସେଠାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା । ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ୱାରା ବନଯାଗ ବିଧିରେ ପୂଜାର୍ଚ୍ଚନା ସହ ବିଶ୍ୱକର୍ମା ମହାରଣାଙ୍କ ଶାଢୀ ବନ୍ଧା ନୀତି ପରେ ସୁନା କୁରାଢିରେ ରଥନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା । ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଓ ଏହି ଯାତ୍ରା ସୁରୁଖୁରୁରେ କିଭଳି ସମ୍ପାଦନ ହେବ ସେ ନେଇ ସମସ୍ତେ ପ୍ରାର୍ଥନା କରିଥିଲେ ।

hiring


ଶ୍ରୀମନ୍ଦିରରେ ଆଜି ଅପରାହ୍ନ ୪.୪୧ରେ ଦ୍ୱାଦଶ ଯାତ୍ରା ବନ୍ଦାପନା ପରେ ୫.୩୦ରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖକୁ ଆଜ୍ଞାମାଳ ବିଜେ କରିଥିଲା ।ଏହାପରେ ରାମ, କୃଷ୍ଣ ପାଲିଙ୍କିକୁ ବିଜେ କରିଥିଲେ ।ଅପରାହ୍ନ ୫ଟା ୧ମିନିଟରେ ମଣି ବିମାନ ଉଠିଥିଲା ।ଏହାପୂର୍ବରୁ ଶ୍ରୀମନ୍ଦିର ପୁରୋହିତ ,ଶୋତ୍ରିୟ ବ୍ରାହ୍ମଣଙ୍କ ଦ୍ୱାରା ବନଜାଗ ପଦ୍ଧତିରେ ଯଜ୍ଞ କରାଯାଇ ବ୍ରାହ୍ମଣ ବରଣ କରାଯାଇଥିଲା ।ଆଜ୍ଞାମାଳ ପହଞ୍ଚିବା ପରେ ତିନି ରଥର ବିଶ୍ୱକର୍ମାଙ୍କୁ ପ୍ରଦାନ କରାଯାଇଥିଲା ।୧୦ ଜଣ ମହାରଣା ଶାଢ଼ୀ ବାନ୍ଧିବା ପରେ ପ୍ରଥମେ ତାଳଧ୍ୱଜ,ପରେ ନନ୍ଦିଘୋଷ ଓ ଶେଷରେ ଦର୍ପଦଳନ ରଥ ପାଇଁ ଉଦ୍ଦିଷ୍ଟ ଧଉରା କାଠ ଅନୁକୂଳ ହୋଇଥିଲା ।ଦୋଳରେ ଦୋଳ ଗୋବିନ୍ଦ, ଚାପରେ ମଧୁସୂଦନ, ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଚନ୍ଦନ ଯାତ୍ରା ଅବସରରେ ଆଜି ଠାରୁ ୨୧ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚପାଣ୍ଡବଙ୍କୁ ସେବାୟତ ମାନେ ମଣି ବିମାନ ଓ ପାଲିଙ୍କିରେ ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ନେଇଥାନ୍ତି । ପ୍ରବଳ ଗ୍ରୀଷ୍ମ ତାପରୁ ରକ୍ଷା ପାଇବା ପାଇଁ ମହାପ୍ରଭୁ ସେଠାରେ ମନୁଷ୍ୟ ଲୀଳାରେ ନୌକା ବିହାର କରିଥାନ୍ତି । ନରେନ୍ଦ୍ର ପୁଷ୍କରିଣୀରେ ଏହି ଅବସରରେ ଚନ୍ଦନ, ପୁଷ୍ପର ପ୍ରଲେପ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଯିବାର ପରମ୍ପରା ରହିଛି । ତେବେ ଗତ ଦୁଇବର୍ଷ ପରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଚନ୍ଦନ ଯାତ୍ରାରେ ଭକ୍ତ ମାନେ ସାମିଲ ହେବାର ସୁଯୋଗ ପାଇଥିବାରୁ ନିଜକୁ ଧନ୍ୟ ମନେ କରିଥିବା କରିଛନ୍ତି । ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ୫ ପ୍ଲାଟୁନ୍‌ ପୋଲିସ ଫୋର୍ସ, ଜଣେ ଅତିରିକ୍ତ ଏସପି, ୫ ଡିଏସପି ଓ ୬ଜଣ ଆଇଆଇସି ମୃତୟନ ହୋଇଛନ୍ତି । ସେହିପରି ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।
ଆଜିଠାରୁ ଆରମ୍ଭ ହୋଇଥିବା ଚନ୍ଦନ ଯାତ୍ରା ୨୧ ଦିନ ଧରି ଚାଲିବାକୁ ଥିବା ବେଳେ ନରେନ୍ଦ୍ରରେ ମହାପ୍ରଭୁ ଦିନ ଓ ରାତି ଚାପରେ ଦୁଇଥର ନୌକା ବିହାର କରିବେ । ତେଣୁ ବହୁ ସଂଖ୍ୟାରେ ଭକ୍ତ ମହାପ୍ରଭୁଙ୍କ ଏହି ଗ୍ରୀଷ୍ମ କାଳୀନ ଲୀଳାକୁ ଦେଖିବା ପାଇଁ ପୁରୀ ଆସିଛନ୍ତି ।

hiranchal ad1
Leave A Reply

Your email address will not be published.

13 − 7 =