ଶ୍ରୀମନ୍ଦିରରେ ପାଳିତ ହେଉଛି ଓଢଣ ଷଷ୍ଠୀ

0 50

ପୁରୀ: ମଙ୍ଗଳବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ଓଢଣ ଷଷ୍ଠୀ । ଏହି ଅବସରରେ ଶ୍ରୀଜୀଉମାନଙ୍କୁ ଘୋଡଲାଗି କରାଯାଇଛି । ଶ୍ରୀମନ୍ଦିରରେ ପାଳିତ ହେଉଥିବା ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରୁ ଏହି ଯାତ୍ରା ଅନ୍ୟତମ । ଏହି ପରିପ୍ରେକ୍ଷୀରେ ସୋମବାର ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନ ଲାଗି ବଢ଼ିବା ପରେ ପତନୀ,ଘୋଡ଼, ଖଣ୍ଡୁଆ ଘୋଡ଼, ପାଗ, ମଦନ ମୋହନଙ୍କୁ କବର, ବିମଳା, ଶ୍ରୀଦେବୀ ଓ ଭୂଦେବୀଙ୍କ ଘୋଡ଼ ଭୋଗମଣ୍ଡପ ଘରେ ଅଧିବାସ କରାଯାଇଥିଲା । ଏହା ପୂର୍ବରୁ ଭୋଗମଣ୍ଡପ ଘର ଧୋପଖାଳ ହୋଇ ଚାନ୍ଦୁଆ ବନ୍ଧାଯାଇଥିଲା । ବଡ଼ସିଂହାର ଭୋଗ ସରି ଠାକୁରମାନଙ୍କ ମଇଲମ ବଢିବା ପରେ ମହାସ୍ନାନ ବଢ଼ିଥିଲା । ଏହାପରେ ଠାକୁରମାନଙ୍କୁ ଝିନ ପତନୀ ଲାଗି କରାଯାଇଥିଲା । ସର୍ବାଙ୍ଗ ଲାଗି ବଢିବା ପରେ ପଇଡ, ବିଢ଼ିଆ, ଘଷାମ ତୋହି ବଢି ଆଳତି କରାଯାଇଥିଲା । ମଙ୍ଗଳବାର ମହାପ୍ରଭୁଙ୍କ ସକାଳଧୂପ ବଢିବା ପରେ ମଇଲମ କରାଯାଇ ପୂର୍ବ ରାତିରୁ ଭୋଗମଣ୍ଡପ ପରେ ଅଧିବାସୀତ ହୋଇଥିବା ଘୋଡଗୁଡିକୁ ଘଣ୍ଟ, ଛତା, କାହାଳୀ ସହ ପଟୁଆରରେ ବଡଦେଉଳକୁ ତିନି ଘେରା ପ୍ରଦକ୍ଷିତ କରାଇ ରତ୍ନସିଂହାସନକୁ ବିଜେ କରାଯାଇଥିଲା । ସିଂହାସନରେ ଠାକୁରମାନଙ୍କର ପାଗ ଓ ଘୋଡ ଲାଗି ବଢିବାପରେ ଛଅ ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା । ପରେ ପ୍ରସାଦ ଲାଗି ସହ ତିନିବାଡ଼ରେ ବନ୍ଦାପନା କରାଯାଇଥିଲା । ମଙ୍ଗଳବାର ଓଢଣ ଷଷ୍ଠୀ ଅବସରରେ ହଳଦିଆ ରଙ୍ଗର ଘୋଡ଼ ଲାଗି କରାଯିବ । ମଖମଲ୍‌ ଓ ସୂତା କପଡ଼ାର ଦରଜୀ ସେବକଙ୍କ ଦ୍ୱାରା ଶ୍ରୀଜୀଉଙ୍କର ଏହି ଘୋଡ଼ ସ୍ୱତନ୍ତ୍ର ଶୈଳୀରେ ପ୍ରସ୍ତୁତ କରାଯାଇଛି । ବହୁ ଶ୍ରଦ୍ଧାଳୁ ମଙ୍ଗଳବାର ମହାପ୍ରଭୁଙ୍କ ଘୋଡ଼ଲାଗି ବେଶ ଦର୍ଶନ କରିଥିଲେ ।

hiring


ପରମ୍ପରା ଅନୁଯାୟୀ ଶ୍ରୀ ପଞ୍ଚମୀ କିମ୍ୱା ସରସ୍ୱତୀ ପୂଜା ପୂର୍ବଦିନ ପର୍ଯ୍ୟନ୍ତ ଠାକୁରମାନେ ଏହି ଘୋଡ଼ ଲାଗି ହୋଇଥାନ୍ତି । ରବିବାରରେ ଲାଲ ରଙ୍ଗ, ସୋମବାର କଳାଛିଟା ମିଶା ଶୁକ୍ଳରଙ୍ଗ, ମଙ୍ଗଳବାର ପଟିଆ, ବୁଧବାର ନୀଳରଙ୍ଗ, ଗୁରୁବାର ହଳଦିଆ, ଶୁକ୍ରବାର ଦିନ ଠାକୁରମାନେ ଧଳା ରଙ୍ଗର ଘୋଡ଼ ଓ ଶନିବାର କଳା ରଙ୍ଗର ଘୋଡ ପରିଧାନ କରିଥାନ୍ତି । ଶୀତ ଦାଉରୁ ରକ୍ଷା ପାଇବା ପାଇଁ ମାନବୀର ଲୀଳାକ୍ରମରେ ଶ୍ରୀଜୀଉ ଏହି ଘୋଡ଼ ବା ଶୀତବସ୍ତ୍ର ପରିଧାନ କରିଥାନ୍ତି । ଏହି ଲୀଳାକୁ ପ୍ରାବରଣ ଯାତ୍ରା ମଧ୍ୟ କୁହାଯାଏ । ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି ।

hiranchal ad1
Leave A Reply

Your email address will not be published.

seven + 3 =